10 versículos para fortalecer os laços familiares
A Bíblia enfatiza a importância da família e nos ensina como viver em harmonia com nossos entes queridos. Neste artigo, vamos explorar 10 versículos bíblicos que podem fortalecer os laços familiares e nos ajudar a refletir sobre o papel da família à luz da Palavra de Deus.
Versículos
1. Provérbios 22:6
ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ;
ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
2. Salmos 127:3
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର
ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।
3. Colossenses 3:20
ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର।
4. Êxodo 20:12
ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
5. Provérbios 1:8
ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ
ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।
6. Josué 24:15
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।"
7. Deuteronômio 6:6-7
ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ। ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।
8. Salmo 128:3
ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ;
ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।
9. Provérbios 15:20
ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ;
ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ।
10. Efésios 5:25
ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,
Esses versículos sobre a família nos lembram da importância de honrar, amar e cuidar uns dos outros. Medite neles e viva em harmonia, de acordo com os ensinamentos de Deus.
Compartilhe este artigo para inspirar outras famílias a serem fortalecidas pela Palavra de Deus.
Deus abençoe!