A fé vem pelo ouvir
A fé vem pelo ouvir, e o ouvir pela Palavra de Cristo. Quando a Palavra é proclamada, a fé nasce nos corações. Ouvir a Deus é o primeiro passo para crer e seguir.
A fé vem pelo ouvir
A fé vem pelo ouvir, e o ouvir pela Palavra de Cristo. Quem ouve a Palavra crê e obtém a salvação eterna.
କାରଣ ଯିହୁଦୀ ଓ ଗ୍ରୀକ୍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ। କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ। ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ? ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, "ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।" କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, "ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?" ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।
ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର କର୍ମ ହେତୁ ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ ପବିତ୍ର ଆତ୍ମା ପାଇଥିଲ?
ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ; ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।
ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସିପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି। ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ‘ସମସ୍ତେ ଈଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ।’ ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋʼ ନିକଟକୁ ଆସେ। କେହି ଯେ ପିତାଙ୍କୁ ଦେଖିଅଛି, ତାହା ନୁହେଁ; ଯେ ଈଶ୍ବରଙ୍କଠାରୁ ଆସିଅଛନ୍ତି, କେବଳ ସେ ପିତାଙ୍କୁ ଦେଖିଅଛନ୍ତି। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।
Ouvir e obedecer
Felizes os que ouvem a Palavra de Deus e a praticam. Quem tem ouvidos ouça o que o Espírito diz.
ମାତ୍ର ସେ କହିଲେ, "ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।"
ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।"
ପୁଣି, ଯୀଶୁ ସେମାନଙ୍କୁ କହିଲେ, "ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।
ଆଉ ଯିଶାଇୟ ଭାବବାଦୀଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି,
ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ,
ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା,
ସେମାନେ କାନରେ କଷ୍ଟରେ ଶୁଣିଲେ
ଓ ଆପଣା ଆପଣା ଆଖି ବୁଜିଲେ,
ଯେପରି ସେମାନେ ଆଖିରେ ଦେଖିବେ ନାହିଁ
ଓ କାନରେ ଶୁଣିବେ ନାହିଁ,
ଆଉ ହୃଦୟରେ ବୁଝିବେ ନାହିଁ,
ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’
କିନ୍ତୁ ଧନ୍ୟ ତୁମ୍ଭମାନଙ୍କର ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ।
ଯାହା ମନୁଷ୍ୟକୁ ଅଶୁଚି କରିଥାଏ
ଆଉ ଯୀଶୁ ଲୋକମାନଙ୍କୁ ପାଖକୁ ଡାକି ସେମାନଙ୍କୁ କହିଲେ, "ଶୁଣ ଓ ବୁଝ;
କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ;
ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
ତହିଁରେ ସେ କହିଲେ, "ଯାଅ ଓ ଏହି ଗୋଷ୍ଠୀକୁ କୁହ,
‘ତୁମ୍ଭେମାନେ ଶୁଣୁଅଛ ନିଶ୍ଚୟ, ମାତ୍ର ବୁଝୁ ନାହଁ ଓ ଦେଖୁଅଛ ନିଶ୍ଚୟ, ମାତ୍ର ଜାଣୁ ନାହଁ।’
ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି,
ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।"
ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ବର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ,