A palavra
A Palavra de Deus é viva, eficaz e mais cortante que espada de dois gumes. Ela é lâmpada, alimento e purificação — tudo o que o cristão precisa para viver e crescer em fé.
କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ,
ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।
ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ;
ତାହା ନିର୍ବୋଧକୁ ବୋଧ ଦିଏ।
ଜୀବନ୍ତ, ଦେହବନ୍ତ ବାକ୍ୟ
ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ, ବାକ୍ୟ ଈଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ବର ଥିଲେ।
ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହିସବୁ ଆତ୍ମା ଓ ଜୀବନ ଅଟେ।
ମୁଁ ତୁମ୍ଭମାନଙ୍କୁ ଯେଉଁ ବାକ୍ୟ କହିଅଛି, ସେଥିସକାଶେ ତୁମ୍ଭେମାନେ ପରିଷ୍କୃତ ହୋଇସାରିଅଛ।
କିନ୍ତୁ ଯୀଶୁ ଉତ୍ତର ଦେଲେ, "ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ବରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।’"
ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।"
ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।
ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି
Este artigo te tocou? Faça uma oração!
+581 estão orando agora.
Junte-se à corrente de oração.