Agradecimento
O agradecimento é a linguagem natural do cristão. Em tudo dai graças! A gratidão a Deus transforma a perspectiva, fortalece a fé e produz alegria em todos os tempos.
Dar graças sempre
Em tudo dai graças, porque esta é a vontade de Deus em Cristo Jesus para convosco. A gratidão é atitude fundamental.
କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।
ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,
ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ। ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର। ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।
ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।
ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର। ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।
ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ;
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।
Louvor e gratidão
Entrai pelas portas com ação de graças. Rendei graças ao Senhor porque Ele é bom e a sua bondade dura para sempre.
ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ
ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର;
ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।
ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ;
ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ,
ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।
କାରଣ ସଦାପ୍ରଭୁ ମହାନ ପରମେଶ୍ୱର
ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି।
ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ,
ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,
ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ,
ବୀଣାର ଗମ୍ଭୀର ଧ୍ୱନିରେ,
ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ;
ଯେଉଁ ଜନ ଆପଣା ଗତି ସରଳ କରେ,
ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।"
ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି;
ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି।
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ;
ହଁ, ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ୱିତ ନାମରେ ପ୍ରଶଂସା କରୁଅଛୁ।
Expressões de gratidão
Graças a Deus pelo seu dom inefável! A gratidão se expressa em oração, louvor e generosidade para com os outros.
ଈଶ୍ବରଙ୍କ ଅକଥନୀୟ ଦାନ ଯାହା ତାହାଙ୍କ ଏକମାତ୍ର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ତାହାଙ୍କର ଧନ୍ୟବାଦ ହେଉ।
ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଈଶ୍ବରଙ୍କ ଧନ୍ୟବାଦର କାରଣ ହେବ।
କିନ୍ତୁ ଯେଉଁ ଈଶ୍ବର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ।
ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ବରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି,
ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥିନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି।
କାରଣ ସେମାନେ ଈଶ୍ବରଙ୍କୁ ଜାଣି ତାହାଙ୍କୁ ଈଶ୍ବର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
"ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ;
ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।"
ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ
ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ;
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।’"
ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି;
ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି;
ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।"
ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ ଅଟେ। କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,
ପିତୃ-ପୁରୁଷମାନଙ୍କ ମତ ଅନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ବରଙ୍କର ଉପାସନା କରେ, ଦିନରାତି ମୋହର ପ୍ରାର୍ଥନାରେ ସର୍ବଦା ତୁମ୍ଭର ନାମ ସ୍ମରଣ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ;
ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ।
ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।
ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ୱୀକାର କରୁଅଛୁ।
ପୁଣି, ସେ ସେମାନଙ୍କୁ ଦେଖି କହିଲେ, "ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।" ଆଉ ସେମାନେ ଯାଉ ଯାଉ ଶୁଚି ହେଲେ। କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି, ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।
ସେଥିରେ ଯୀଶୁ ଉତ୍ତର ଦେଲେ, "ଦଶ ଜଣ କଅଣ ଶୁଚି ହେଲେ ନାହିଁ? ତେବେ ଆଉ ନଅ ଜଣ କାହାନ୍ତି? ଈଶ୍ବରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୁଦୀ ଲୋକଟି ଛଡ଼ା କଅଣ ଆଉ କେହି ଫେରିଆସି ନାହିଁ?" ପୁଣି, ସେ ତାହାକୁ କହିଲେ, "ଉଠିଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।"
ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠରୋଗୀ ତାହାଙ୍କ ସହିତ ସାକ୍ଷାତ କଲେ; ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ।
ପୁଣି, ସେ ସେମାନଙ୍କୁ ଦେଖି କହିଲେ, "ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।" ଆଉ ସେମାନେ ଯାଉ ଯାଉ ଶୁଚି ହେଲେ। କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି, ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।
ସେଥିରେ ଯୀଶୁ ଉତ୍ତର ଦେଲେ, "ଦଶ ଜଣ କଅଣ ଶୁଚି ହେଲେ ନାହିଁ? ତେବେ ଆଉ ନଅ ଜଣ କାହାନ୍ତି? ଈଶ୍ବରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୁଦୀ ଲୋକଟି ଛଡ଼ା କଅଣ ଆଉ କେହି ଫେରିଆସି ନାହିଁ?" ପୁଣି, ସେ ତାହାକୁ କହିଲେ, "ଉଠିଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।"
ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଇଥାଏ।