Ajuda ao próximo
Ajudar o próximo é mandamento de Deus e expressão prática da fé. A Bíblia ensina que a fé sem obras é morta — e que servir ao menor dos irmãos é servir a Cristo.
କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ; ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ। ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁ? ଅବା ତୃଷିତ ଦେଖି ପାନ କରିବାକୁ ଦେଲୁ? ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ବା ଉଲଗ୍ନ ଦେଖି ବସ୍ତ୍ର ପରିଧାନ କରାଇଲୁ? ଆଉ, କେବେ ଆପଣଙ୍କୁ ଅସୁସ୍ଥ ଅବା କାରାଗାରସ୍ଥ ଦେଖି ଆପଣଙ୍କ ନିକଟକୁ ଗଲୁ? ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ।
ସେପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।
ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ।
ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କଅଣ କରିବା? ସେ ସେମାନଙ୍କୁ ଉତ୍ତର ଦେଲେ, ଯାହାର ଦୁଇଟି ଅଙ୍ଗରଖା ଅଛି, ସେ ଯାହାର ନାହିଁ, ତାହାକୁ ଗୋଟିଏ ଦେଉ; ପୁଣି, ଯାହାର ଖାଦ୍ୟ ଅଛି, ସେ ସେହିପରି କରୁ।
ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର, କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ।"
ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା।
ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ।
ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, "ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ," ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି। ଏହିସବୁ କଥା କହିଲା ପରେ, ସେ ଆଣ୍ଠୁପାତି ସେ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ। ଆଉ ସେମାନେ ଅତ୍ୟନ୍ତ ରୋଦନ କରି ପାଉଲଙ୍କ ଗଳା ଧରି ତାହାଙ୍କୁ ଚୁମ୍ବନ କରିବାକୁ ଲାଗିଲେ, ସେମାନେ ତାହାଙ୍କ ମୁଖ ପୁଣି, ଆଉ ଥରେ ଦେଖିବେ ନାହିଁ ବୋଲି ପାଉଲ ଯେ କଥା କହିଥିଲେ, ସେଥିପାଇଁ ବିଶେଷ ରୂପେ ଦୁଃଖ କଲେ। ପରେ ସେମାନେ ତାହାଙ୍କୁ ଜାହାଜ ପର୍ଯ୍ୟନ୍ତ ଘେନିଗଲେ।
ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ।
ଖ୍ରୀଷ୍ଟଙ୍କ ଆଦର୍ଶର ଅନୁକରଣ
ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।
ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।
ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ।
ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ।
ବିଶ୍ୱାସ ଓ କର୍ମର ପରିପୂରକତା
ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ୱାସ କଅଣ ତାହାର ପରିତ୍ରାଣ କରିପାରେ? ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ, ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ, ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ, ତେବେ ସେଥିରେ କି ଲାଭ? ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ।
କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ?
ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ;
ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, "ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଓ ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ।
Este artigo te tocou? Faça uma oração!
+581 estão orando agora.
Junte-se à corrente de oração.