Ajuda
Deus é nosso auxílio e socorro em todo tempo. Ele não dorme nem cochila. O Senhor é nosso ajudador — não precisamos temer o que o homem possa nos fazer.
ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ,
ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ।
ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ,
ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ;
ପ୍ରଭୁ ମୋʼ ପ୍ରାଣରକ୍ଷକ ଅଟନ୍ତି।
ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ;
ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି।
ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି;
ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି,
କାରଣ ସେମାନେ ତାହାଙ୍କର ଶରଣାଗତ।
ହେ ପ୍ରଭୋ, ମୋହର ପରିତ୍ରାଣ,
ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର
ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର।
ସଦାପ୍ରଭୁ ଧନ୍ୟ ହେଉନ୍ତୁ,
କାରଣ ସେ ମୋʼ ନିବେଦନର ରବ ଶୁଣିଅଛନ୍ତି।
ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ;
ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି;
ଏହେତୁ ମୋʼ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି;
ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।
ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର
ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥାʼନ୍ତା।
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା,
"ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।"
ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ;
ତୁମ୍ଭର ନମ୍ରତା (ଦୟା) ମୋତେ ବୃଦ୍ଧିପ୍ରାପ୍ତ କରିଅଛି।
ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।
ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ,
ଆଉ, ସେହି ପ୍ରକାରେ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି; ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ପବିତ୍ର ଆତ୍ମାଙ୍କ ଭାବ କଅଣ, ତାହା ମଧ୍ୟ ଜାଣନ୍ତି, କାରଣ ସେ ଈଶ୍ବରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି।
ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର
ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।
ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର;
ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।
ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।