Alegria e felicidade
A alegria é fruto do Espírito e marca do cristão. Alegrai-vos sempre no Senhor! A Bíblia ensina que a alegria de Deus é nossa fortaleza — não depende de circunstâncias, mas da presença de Deus.
Alegrai-vos no Senhor
Alegrai-vos sempre no Senhor! Outra vez digo: alegrai-vos! Na presença de Deus há plenitude de alegria eterna.
ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।
ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।
ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।
ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।
ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।
ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋʼ ଶରୀର ମଧ୍ୟ ନିରାପଦରେ ବାସ କରିବ।
ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ;
ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ୱନି କରନ୍ତୁ; କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ;
ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ।
ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ;
ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା]
ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ;
ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି;
ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।
Fruto do Espírito
O fruto do Espírito é amor, alegria, paz. A alegria do Senhor é nossa fortaleza — não depende do mundo.
କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।
ଆଉ, ନିହିମୀୟା ସେମାନଙ୍କୁ କହିଲା, "ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।"
ଆଉ, ନିହିମୀୟା ସେମାନଙ୍କୁ କହିଲା, "ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।"
ଏହା ସଦାପ୍ରଭୁଙ୍କ କୃତ ଦିନ;
ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା।
ଯେପରି ସମୁଦାୟ ଧନରେ,
ସେପରି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୂପ ପଥରେ ଆମୋଦ କରିଅଛି।
ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ
ଅଧିକାର ରୂପେ ଗ୍ରହଣ କରିଅଛି;
କାରଣ ତାହାସବୁ ମୋʼ ଚିତ୍ତର ଆହ୍ଲାଦଜନକ।
ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି
ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।
କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;
ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।
Alegria nas tribulações
Os que semeiam em lágrimas ceifarão com alegria. Tende por motivo de grande gozo quando caídes em diversas tentações.
ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।
କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ;
ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।
କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ;
ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।
ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ, ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ।
କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ;
ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ;
ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।
ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।
ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,
ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,
Alegria compartilhada
Alegrai-vos com os que se alegram. O Senhor fez coisas grandiosas por nós — alegrai-vos no Senhor e regozijai-vos.
ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ;
ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।
କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।
କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।
ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।
ପୁଣି, ଈଶ୍ବରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମ ପ୍ରାପ୍ତ ହୁଏ।
ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି।
ଈଶ୍ବରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ;
ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି,
Jesus e a alegria
A minha alegria esteja em vós e a vossa alegria seja completa. Pedi e recebereis para que a vossa alegria seja plena.
ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି।
ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି।
ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।
ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।"
ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।
Alegria eterna
Alegria eterna terão sobre suas cabeças. O Senhor reinará com alegria sobre o seu povo para todo o sempre.
ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ;
ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି,
ଲୁଟିତ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି,
ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।"
ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ
ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ;
ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।
ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ;
କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ,
ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।
ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ;
କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ,
ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।
ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ;
ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ,
ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।
ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।
ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ
ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।
କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ;
ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ।
ମୋʼ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର
ସାନ୍ତ୍ୱନାସବୁ ମୋʼ ପ୍ରାଣକୁ ଆହ୍ଲାଦିତ କରେ।
ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ;
ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି;
ଏହେତୁ ମୋʼ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି;
ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।
ଧାର୍ମିକର ଆଶା ଆନନ୍ଦଜନକ ହେବ,
ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ।
ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ,
ପୁଣି ଯଥାକାଳର କଥା କିପରି ଉତ୍ତମ!
ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ,
ପୁଣି ଯଥାକାଳର କଥା କିପରି ଉତ୍ତମ!
ଧାର୍ମିକର ପିତା ଅତିଶୟ ଆନନ୍ଦ କରେ,
ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ।
ସର୍ବଦା ଆନନ୍ଦ କର; ନିରନ୍ତର ପ୍ରାର୍ଥନା କର;
ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;
କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ-ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ।"
"ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ। ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।"