Aliança
A aliança é o modo como Deus se relaciona com seu povo. Da aliança com Noé à Nova Aliança em Cristo, Deus se compromete com amor e fidelidade irrevogáveis.
Alianças com Israel
Deus firmou aliança com Abraão, Moisés e Davi. No arco-íris, na lei, nas promessas — Ele é o Deus da aliança.
ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ, "ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ, ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ। ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।"
ପୁନଶ୍ଚ, ପରମେଶ୍ୱର କହିଲେ, "ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି; ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।
ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।"
ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।
ପୁଣି, ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, "ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ, ଅର୍ଥାତ୍, କେନୀୟ, କନଜୀୟ, କଦ୍ମୋନୀୟ, ହିତ୍ତୀୟ, ପରିଷୀୟ, ରଫାୟୀୟ, ଇମୋରୀୟ, କିଣାନୀୟ, ଗିର୍ଗାଶୀୟ ଓ ଯିବୂଷୀୟମାନଙ୍କର ଦେଶ ଦେଲୁ।"
ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ, "ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ। ପୁଣି, ତୁମ୍ଭ ନାମ ଅବ୍ରାମ ଆଉ ରହିବ ନାହିଁ, ମାତ୍ର ଅବ୍ରହାମ ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ। ଆମ୍ଭେ ତୁମ୍ଭକୁ ଅତିଶୟ ବୃଦ୍ଧି କରିବା, ତୁମ୍ଭଠାରୁ ଅନେକ ଗୋଷ୍ଠୀଜାତ କରାଇବା ଓ ରାଜାମାନେ ତୁମ୍ଭଠାରୁ ଉତ୍ପନ୍ନ ହେବେ। ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା। ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।"
ପରମେଶ୍ୱର ଅବ୍ରହାମଙ୍କୁ ଆହୁରି କହିଲେ, "ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ। ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ। ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ।
ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅସ୍ତରୋତ୍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମ୍ରେ ଏମୀୟ ଲୋକମାନଙ୍କୁ,
ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।
ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ। ତୁମ୍ଭେ ସେମାନଙ୍କ ସହିତ କିମ୍ବା ସେମାନଙ୍କ ଦେବଗଣ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ।
ତେବେ ସେ କହିଲେ, "ଦେଖ, ମୁଁ ଗୋଟିଏ ନିୟମ କରିବି; ସମସ୍ତ ପୃଥିବୀରେ ଅବା କୌଣସି ଗୋଷ୍ଠୀ ମଧ୍ୟରେ ଯାହା କେବେ କରାଯାଇ ନାହିଁ, ଏପରି ଆଶ୍ଚର୍ଯ୍ୟକର୍ମ ଆମ୍ଭେ ତୁମ୍ଭର ସମସ୍ତ ଲୋକଙ୍କ ସାକ୍ଷାତରେ କରିବା; ତହିଁରେ ଯେଉଁସବୁ ଲୋକଙ୍କ ମଧ୍ୟରେ ତୁମ୍ଭେ ଅଛ, ସେମାନେ ସଦାପ୍ରଭୁଙ୍କର ସେହି କର୍ମ ଦେଖିବେ, କାରଣ ଆମ୍ଭେ ତୁମ୍ଭ ନିକଟରେ ଯାହା କରିବା, ତାହା ଭୟଙ୍କର ଅଟେ।
ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମ-ବାକ୍ୟ, ଅର୍ଥାତ୍, ଦଶ ଆଜ୍ଞା ଲେଖିଲେ।
ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମ-ବାକ୍ୟ, ଅର୍ଥାତ୍, ଦଶ ଆଜ୍ଞା ଲେଖିଲେ।
ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣାର ସେହି ନିୟମର ଦଶ ଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପଥର ପଟାରେ ତାହା ଲେଖିଲେ।
ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି।
Alianças renovadas
O povo renovava a aliança diante do Senhor. A fidelidade de Deus permanece mesmo quando o povo falha.
ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ବୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ। ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ-ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବା ମାତ୍ର, ଊର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ। ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବା ଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।
ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା।
ଏଥିରେ ରାଜା ସ୍ତମ୍ଭ ନିକଟରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କ ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି, ଏହି ପୁସ୍ତକରେ ଲିଖିତ ନିୟମ-ବାକ୍ୟ ସଫଳ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ। ଆଉ ସମୁଦାୟ ଲୋକ ସେହି ନିୟମରେ ସମ୍ମତ ହେଲେ।
ସେହି ସମୟରେ ଯିହୋରାମ୍ ରାଜା ଶମରୀୟାରୁ ଯାଇ ସମୁଦାୟ ଇସ୍ରାଏଲକୁ ସଂଗ୍ରହ କଲେ। ତହୁଁ ଯିହୋରାମ୍ ଯାଇ ଯିହୁଦାର ରାଜା ଯିହୋଶାଫଟ୍ଙ୍କ ନିକଟକୁ ଲୋକ ପଠାଇ କହିଲେ, "ମୋୟାବର ରାଜା ମୋʼ ବିରୁଦ୍ଧରେ ଦ୍ରୋହାଚରଣ କରିଅଛି; ତୁମ୍ଭେ କʼଣ ମୋୟାବ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ଯିବ?" ତହୁଁ ସେ କହିଲେ, "ମୁଁ ଯିବି; ମୁଁ ତୁମ୍ଭ ପରି, ମୋʼ ଲୋକ ତୁମ୍ଭ ଲୋକ ପରି, ମୋʼ ଅଶ୍ୱ ତୁମ୍ଭ ଅଶ୍ୱ ପରି।"
ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, "ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ।" ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା।
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।" ଏହେତୁ ତୁମ୍ଭେ କୁହ, "ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ;
ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା।"
ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବ ଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ। ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ। ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହି ସବୁ ରଖିବ। ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।" ଏଥିରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ସେମାନଙ୍କର ଅଧ୍ୟକ୍ଷ ସମସ୍ତେ ଆପଣା ଆପଣା ପିତୃଗୃହ ଅନୁସାରେ ପ୍ରତ୍ୟେକ ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ତାଙ୍କୁ ଦେଲେ; ପୁଣି, ହାରୋଣଙ୍କର ଯଷ୍ଟି ସେମାନଙ୍କ ଯଷ୍ଟିସକଳର ମଧ୍ୟରେ ଥିଲା। ତହୁଁ ମୋଶା ସାକ୍ଷ୍ୟ-ତମ୍ବୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ। ଏଥିଉତ୍ତାରେ ଆରଦିନ ମୋଶା ସାକ୍ଷ୍ୟ-ତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା। ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି, ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ। ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, "ଆମ୍ଭ ବିରୁଦ୍ଧରେ ଏହି ବିଦ୍ରୋହୀ ସନ୍ତାନଗଣର ବଚସା ଯେପରି ନିବୃତ୍ତ ହୁଏ ଓ ସେମାନଙ୍କର ମୃତ୍ୟୁୁ ନ ହୁଏ, ଏଥିପାଇଁ ସେମାନଙ୍କ ବିରୁଦ୍ଧରେ ଚିହ୍ନ ସ୍ୱରୂପେ ରଖାଯିବା ନିମନ୍ତେ ତୁମ୍ଭେ ହାରୋଣଙ୍କ ଯଷ୍ଟି ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖ।" ମୋଶା ସେରୂପ କଲେ; ସଦାପ୍ରଭୁ ତାଙ୍କୁ ଯେପରି ଆଜ୍ଞା ଦେଲେ, ସେ ସେହିପରି କଲେ।
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ। ତହୁଁ ସେ ଅମ୍ମୋନ ଓ ଅମାଲେକ-ସନ୍ତାନଗଣକୁ ଆପଣା ନିକଟରେ ଏକତ୍ର କଲା ଓ ସେ ଯାଇ ଇସ୍ରାଏଲକୁ ଆଘାତ କରି ଖର୍ଜ୍ଜୁରପୁର ଅଧିକାର କଲା।
Nova Aliança
Eis que dias vêm em que farei nova aliança. Jesus é mediador de uma aliança superior, fundamentada em melhores promessas.
ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି; ମିସର ଦେଶରୁ ସେମାନଙ୍କର ପୂର୍ବପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।
ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ; ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।"
"ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ; ତେବେ ଆମ୍ଭ ଦାସ ଦାଉଦର ସିଂହାସନରେ ବସି ରାଜ୍ୟ କରିବା ପାଇଁ ତାହାର ସନ୍ତାନର ଅଭାବ ହେବ ନାହିଁ ବୋଲି ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଅଛି, ତାହା ମଧ୍ୟ ଭଗ୍ନ କରାଯାଇ ପାରିବ; ଆଉ, ଆମ୍ଭର ପରିଚାରକ ଲେବୀୟ ଯାଜକମାନଙ୍କ ସହିତ ଆମ୍ଭର ନିୟମ ମଧ୍ୟ ଭଗ୍ନ କରାଯାଇ ପାରିବ।
ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।
ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।
କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ କରିଅଛନ୍ତି।
ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ; ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।
ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ପବିତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ପବିତ୍ର ଆତ୍ମା ଜୀବନଦାୟକ;
ଏହି ସମସ୍ତ କଥାର ରୂପକ ଅର୍ଥ ଅଛି, କାରଣ ଏହି ସ୍ତ୍ରୀମାନେ ଦୁଇଟି ନିୟମସ୍ୱରୂପ; ଗୋଟିଏ ନିୟମ ସୀନୟ ପର୍ବତରୁ ଉତ୍ପନ୍ନ, ତାହା ଦାସତ୍ୱ ନିମନ୍ତେ ସନ୍ତାନ ପ୍ରସବକାରିଣୀ, ହାଗାର ସେଥିର ନିଦର୍ଶନ। ହାଗାର, ଏହି ଶବ୍ଦ ଆରବ ଦେଶରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମ ସହରର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି। କିନ୍ତୁ ଊର୍ଦ୍ଧ୍ୱସ୍ଥ ଯିରୂଶାଲମ ସ୍ୱାଧୀନା, ସେ ଆମ୍ଭମାନଙ୍କ ଜନନୀ;
Fidelidade da aliança
A aliança de Deus é eterna. Ele não quebra seu pacto nem altera o que saiu dos seus lábios.
ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ
ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
ପୁଣି, ପାଳନାର୍ଥେ ତାହାଙ୍କ ନିୟମସବୁ ସ୍ମରଣ କରନ୍ତି,
ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ।
ନିଜ ବିଷୟରେ ସଦାପ୍ରଭୁ କହନ୍ତି, "ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ," ଏହା ସଦାପ୍ରଭୁ କହନ୍ତି।
ଆଉ, ଆମ୍ଭେ ସେମାନଙ୍କ ପକ୍ଷରେ ଶାନ୍ତିର ନିୟମ ସ୍ଥିର କରିବା ଓ ହିଂସ୍ରକ ପଶୁଗଣକୁ ଦେଶରୁ ଶେଷ କରିବା; ତହିଁରେ ସେମାନେ ନିରାପଦରେ ପ୍ରାନ୍ତରରେ ବାସ କରିବେ ଓ ବନରେ ଶୟନ କରିବେ।
ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।"
ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକଙ୍କ ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶ କର ଉପରେ କ୍ରୋଧ ଢଳାଯିବ।"
ପୁଣି, ଦକ୍ଷିଣ ଦେଶର (ମିସର) ରାଜା ଶକ୍ତିଶାଳୀ ହେବ କିନ୍ତୁ ତାହାର ଅଧିପତିମାନଙ୍କ ମଧ୍ୟରୁ ଜଣେ ତାହା ଅପେକ୍ଷା ଅଧିକ ବଳବାନ ହୋଇ କର୍ତ୍ତୃତ୍ୱ ପ୍ରାପ୍ତ ହେବ; ତାହାର ରାଜ୍ୟ ଏକ ବୃହତ ରାଜ୍ୟ ହେବ। ମାତ୍ର କେତେକ ବର୍ଷର ଉତ୍ତାରେ ସେମାନେ ପରସ୍ପର ମିଳିତ ହେବେ ଓ ଦକ୍ଷିଣ ଦେଶସ୍ଥ ରାଜାର କନ୍ୟା ନିୟମ ସ୍ଥାପନାର୍ଥେ ଉତ୍ତର ଦେଶସ୍ଥ ରାଜାର ନିକଟକୁ ଆସିବ; ମାତ୍ର କନ୍ୟା ନିଜ ବାହୁ ବଳ ରକ୍ଷା କରିବ ନାହିଁ; କିଅବା ରାଜା ଓ ତାହାର ବାହୁ ସ୍ଥାୟୀ ନୋହିବ; ମାତ୍ର ସେ କନ୍ୟା ଓ ଯେଉଁମାନେ ତାହାକୁ ଆଣିଲେ ଓ ଯେ ତାହାକୁ ଜନ୍ମ କଲା, ଆଉ ସେହି ସମୟରେ ଯେ ତାହାକୁ ବଳ ଦେଲା, ସମସ୍ତେ ସମର୍ପିତ ହେବେ।
ମାତ୍ର ଯେ ତାହାର ବିରୁଦ୍ଧରେ ଆସିବ, ସେ ସ୍ଵେଚ୍ଛାନୁସାରେ କାର୍ଯ୍ୟ କରିବ ଓ ତାହା ସାକ୍ଷାତରେ କେହି ଠିଆ ହେବ ନାହିଁ; ଆଉ, ସେ ରମ୍ୟ (ଇସ୍ରାଏଲ) ଦେଶରେ ଠିଆ ହେବ ଓ ତାହାର ହସ୍ତରେ ବିନାଶ ରହିବ। ପୁଣି, ସେ ଆପଣା ସମୁଦାୟ ରାଜ୍ୟର ପରାକ୍ରମ ସହିତ ଆସିବା ପାଇଁ ଆପଣା ମନସ୍ଥ କରିବ ଓ ସରଳ ଲୋକମାନେ ତାହା ସଙ୍ଗରେ ଆସିବେ; ସେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରିବ; ସେ ନଷ୍ଟ କରିବା ପାଇଁ ନାରୀଗଣର କନ୍ୟା ତାହାକୁ ଦେବ; ମାତ୍ର କନ୍ୟା ସ୍ଥିର ରହିବ ନାହିଁ, କିଅବା ତାହା ପାଇଁ ହେବ ନାହିଁ।
ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି;
ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?
ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନ କାଳର ମିତ୍ରକୁ ତ୍ୟାଗ କରି
ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ,
ଯାହାର ଗୃହ ମୃତ୍ୟୁୁ ଆଡ଼େ