Alma
A alma é a parte mais íntima do ser humano — sede da vida, dos afetos e do encontro com Deus. A Bíblia convida a cuidar da alma com zelo e a aquietá-la diante do Senhor.
A alma diante de Deus
Bendize ao Senhor, ó minha alma! A alma suspira por Deus como a corça suspira pelas águas — com sede de eternidade.
ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର;
ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।
ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର;
ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି;
ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ
ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ।
ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ?
ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ?
ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ;
କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି,
ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।
ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ;
ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।
ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି,
ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।
ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର
ଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ।
ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ;
ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ
କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା;
ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ;
ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ;
ଏହା ମୁଁ ଭଲ ରୂପେ ଜାଣେ।
ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ
ଓ ପ୍ରବଞ୍ଚକ ଜିହ୍ୱାରୁ ମୋʼ ପ୍ରାଣକୁ ଉଦ୍ଧାର କର।
Cuidar da alma
Que aproveita ao homem ganhar o mundo inteiro e perder a sua alma? Buscar a Deus de toda alma é o caminho da vida.
ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?
ସେ ତାହାଙ୍କୁ କହିଲେ, "‘ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ବରଙ୍କୁ ପ୍ରେମ କର।’
ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।
ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ ହୁଅ।"
ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ।
ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।
ସଦାପ୍ରଭୁ ଏହି କଥା କହନ୍ତି,
"ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ,
ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର;
ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ;
ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।’
ମନୋହର ଭାଷା ମଧୁଚାକ ସଦୃଶ,
ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।
ପ୍ରିୟ ବନ୍ଧୁ, ତୁମ୍ଭ ଜୀବନର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଏବଂ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା।