Amigo
O amigo verdadeiro é dádiva rara de Deus. Ele ama em todo tempo, fala a verdade em amor, aconselha com sabedoria e permanece fiel nas adversidades da vida.
Amizade verdadeira
Há amigo mais chegado que um irmão. Em todo tempo ama o amigo. O perfume e o incenso alegram o coração — assim o conselho doce do amigo.
ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ;
ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି।
ବନ୍ଧୁ ସବୁବେଳେ ପ୍ରେମ କରେ,
ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ।
ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ,
ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୂପ କରେ।
ଯେପରି ଲୁହା ଲୁହାକୁ ସତେଜ କରେ,
ସେପରି ମନୁଷ୍ୟ ଆପଣା ବନ୍ଧୁର ମୁଖ ସତେଜ କରେ।
ଗୁପ୍ତ ପ୍ରେମଠାରୁ
ପ୍ରକାଶିତ ଅନୁଯୋଗ ଭଲ।
ପ୍ରେମକାରୀର କ୍ଷତ ବିଶ୍ୱାସନୀୟ;
ମାତ୍ର ଶତ୍ରୁର ଚୁମ୍ବନ ବହୁଳ।
ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ;
ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ;
ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ।
ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ;
ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।
ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ,
ପୁଣି, କ୍ରୋଧୀ ଲୋକ ସହିତ ଗମନ କର ନାହିଁ।
କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି
ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ।
ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି;
ମାତ୍ର ବିଶ୍ୱସ୍ତ ଲୋକ କିଏ ପାଇ ପାରେ?
ଧନ ବହୁତ ମିତ୍ର ଲାଭ କରେ;
ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ।
Jesus, o amigo
Já não vos chamo servos, mas amigos. O maior amor é dar a vida pelo amigo. Jesus é o amigo que nunca falha.
ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ। ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ। ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି।
ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା। ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ।
ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍। କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି।
ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ। କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ? ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।
ସେଥିରେ ଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା, ପୁଣି, ସେ ଈଶ୍ବରଙ୍କ ମିତ୍ର ବୋଲି ଖ୍ୟାତ ହେଲେ।
ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
Companheiros de fé
Dois são melhores do que um. Os companheiros de fé se fortalecem mutuamente e caminham juntos com o Senhor.
ସଙ୍ଗୀର ମୂଲ୍ୟ
ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି। ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।
ଭ୍ରାତୃପ୍ରେମ
ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା
କିପରି ଉତ୍ତମ ଓ ମନୋହର!
ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ,
ଯାହା ଦାଢ଼ିରେ, ଅର୍ଥାତ୍, ହାରୋଣଙ୍କର ଦାଢ଼ିରେ ବହି
ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।
ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ,
ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ।
କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ,
ଅନନ୍ତ ଜୀବନ ଆଜ୍ଞା କଲେ।
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ
ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ।
ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ।
ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।