amor de Deus
O amor de Deus é a maior realidade do universo. Ele nos amou com amor eterno, incondicional e sacrificial — e nada no mundo pode nos separar desse amor.
Amor eterno
Deus amou o mundo de tal maneira que deu o seu Filho. Seu amor é de eternidade a eternidade — nunca falha.
କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।
"ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ,
ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ,
ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।
ଧନ୍ୟବାଦ ସ୍ତୁତି
ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ,
କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ।
ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର,
କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ;
ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।
Natureza do amor divino
Deus é amor. O amor é paciente, benigno. O amor do Pai nos adota como filhos e nos transforma à sua imagem.
ଈଶ୍ବର ପ୍ରେମମୟ
ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ। ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।
ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ। ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ। ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍।
ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।
ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।
ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।
ନୂତନ ଆଜ୍ଞା
ହେ ପ୍ରିୟମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ଲେଖୁ ନାହିଁ, ମାତ୍ର ଆରମ୍ଭରୁ ଯେଉଁ ପୁରାତନ ଆଜ୍ଞା ତୁମ୍ଭେମାନେ ପାଇଅଛ, ତାହା ଲେଖୁଅଛି; ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ପୁରାତନ ଆଜ୍ଞା। ପୁନଶ୍ଚ, ମୁଁ ନୂତନ ଆଜ୍ଞା ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, ଏହା ତାହାଙ୍କଠାରେ ଓ ତୁମ୍ଭମାନଙ୍କଠାରେ ସତ୍ୟ ବୋଲି ପ୍ରକାଶ ପାଏ। କାରଣ ଅନ୍ଧକାର ଘୁଞ୍ଚିଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି।
କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ।
ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,
Expressões do amor de Deus
O Senhor nos ama com alegria e canta sobre nós. Queni a mim vem, amará; e quem me ama, o Pai o amará.
ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ;
ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ,
ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।
ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ,
ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।
ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ;
ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।
ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।
ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା
ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର।
ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।
ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ବର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ, ଈଶ୍ବରଙ୍କ ପ୍ରେମ ଓ ପବିତ୍ର ଆତ୍ମାଙ୍କ ସହଭାଗିତା ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।
ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ବରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାନ୍ତୁ।