Amor fraternal
O amor fraternal é marca dos discípulos de Cristo. Nisto conhecerão que sois meus discípulos: se tiverdes amor uns aos outros.
Amar uns aos outros
Este é o meu mandamento: que vos ameis uns aos outros como Eu vos amei. O amor fraternal é testemunho ao mundo.
ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର। ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।"
ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା।
ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ।
ଏକ-ଆରେକ ପ୍ରତି ପ୍ରେମ
କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;
ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ।
ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ। କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ? ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।
ଈଶ୍ବର ପ୍ରେମମୟ
ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ।
ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ। ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍। କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି।
ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ। ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।
Expressões de amor fraternal
Amai-vos com afeição fraternal. O amor cobre multidão de pecados. Perseverai no amor fraterno.
ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
ପ୍ରେମ ଦ୍ୱାରା ବ୍ୟବସ୍ଥାର ସଫଳତା
ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି।
ଧାର୍ମିକତା ସକାଶେ ଦୁଃଖଭୋଗ
ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;
ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।
ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ବରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,
ଈଶ୍ବରଙ୍କ ସନ୍ତୋଷଜନକ ବଳିସମୂହ
ବିଶ୍ୱାସୀମାନଙ୍କ ମଧ୍ୟରେ ପ୍ରେମ ସ୍ଥିର ହୋଇ ରହିଥାଉ। ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି। ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର।
ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।
ସେ ତାହାଙ୍କୁ କହିଲେ, "‘ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ବରଙ୍କୁ ପ୍ରେମ କର।’ ଏହା ହିଁ ଶ୍ରେଷ୍ଠ ଓ ପ୍ରଥମ ଆଜ୍ଞା। ଦ୍ୱିତୀୟଟି ଏହାର ସଦୃଶ, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’
ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,