Amor incondicional
O amor incondicional de Deus não depende de mérito humano. Ele nos amou quando ainda éramos pecadores. Esse amor não tem limites, não cobra preço e não pode ser perdido.
Amor sem condições
Deus prova o seu amor em que Cristo morreu por nós sendo nós ainda pecadores. O amor de Deus é gratuito e irrevogável.
କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରିପାରେ। କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି, ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।
ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ?
କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଳାଷ ଅନୁସାରେ ଜୀବନଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ; ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ବର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,
କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା, ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; ସେହି ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଢାଳି ଦେଲେ,
Amor eterno
Com amor eterno te amei. O amor de Deus é mais largo, mais alto e mais profundo do que podemos compreender.
"ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ,
ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ,
ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।
ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ପରମେଶ୍ୱର ମଙ୍ଗଳମୟ
ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ;
ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।
ବନ୍ଧୁ ସବୁବେଳେ ପ୍ରେମ କରେ,
ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ।
ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ।
ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ।
ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।
ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ।
Amar como Deus ama
O amor é paciente e bondoso. Amai os vossos inimigos. O amor incondicional se expressa no perdão e na compaixão.
ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,
ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ; ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ।
ଶତ୍ରୁ ପ୍ରତି ପ୍ରେମ
ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ତୁମ୍ଭର ପ୍ରତିବାସୀକୁ ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର।’ କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।
ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ? ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ଅଣଯିହୁଦୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ? ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।
କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର।
ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।