Amor próprio
O amor próprio saudável reconhece o valor que Deus nos deu. Fomos criados à imagem de Deus, maravilhosamente formados. Aceitar-se é honrar o Criador.
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ;
ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ;
ଏହା ମୁଁ ଭଲ ରୂପେ ଜାଣେ।
ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋʼ ପ୍ରତି କିପରି ବହୁମୂଲ୍ୟ!
ତହିଁର ସଂଖ୍ୟା କିପରି ଅଧିକ!
ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ;
ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ।
ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ
ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)
ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ?
ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ?
ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ,
ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।
ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,
ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।
ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, "ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;"
କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
ପାଞ୍ଚୋଟି ଘରଚଟିଆ କଅଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ବର ଭୁଲିଯାଆନ୍ତି ନାହିଁ। କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି। ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।"
ଅନୁଗ୍ରହର ଦାନ
କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ବର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।