Amor verdadeiro
O amor verdadeiro vem de Deus. Não é emoção passageira — é decisão, sacrifício e compromisso eterno. O perfeito amor lança fora o medo e nunca deixará de existir.
କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର। ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।"
କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।
ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ।
ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ, ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ; ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ। ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ।
ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।
ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।
କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ।
କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,