Amor
O amor é o maior mandamento e a essência de Deus. Deus é amor. Nós amamos porque Ele nos amou primeiro. O amor cristão é sacrificial, incondicional e eterno — refletindo o coração do Pai.
Deus é amor
Deus é amor. Quem permanece no amor permanece em Deus. Nós amamos porque Ele nos amou primeiro — com amor eterno.
ଈଶ୍ବର ପ୍ରେମମୟ
ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ। ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।
ଈଶ୍ବର ପ୍ରେମମୟ
ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ।
ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।
ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି। ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ। ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।
ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।
ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।
ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ। ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ।
ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍।
କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି।
ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।
ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ। କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ? ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।
ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ। କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ? ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।
ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ।
ଏକ-ଆରେକ ପ୍ରତି ପ୍ରେମ
କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;
ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।
କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ।
Amor de Deus
Deus prova o seu amor em que Cristo morreu por nós. Deus amou o mundo de tal maneira que deu o seu Filho unigênito.
କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
କାରଣ ଈଶ୍ବର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ।
ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ।
ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ। ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ।
ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା।
ପବିତ୍ର ଆତ୍ମାଙ୍କ ଦାନର ପ୍ରତିଜ୍ଞା
"ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ।
ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି।" ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କଅଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା। ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର।
ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର। ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।"
O maior mandamento
Amarás ao Senhor de todo o coração e ao próximo como a ti mesmo. Estes são os maiores mandamentos — neles se resume toda a lei.
ସେ ତାହାଙ୍କୁ କହିଲେ, "‘ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ବରଙ୍କୁ ପ୍ରେମ କର।’ ଏହା ହିଁ ଶ୍ରେଷ୍ଠ ଓ ପ୍ରଥମ ଆଜ୍ଞା। ଦ୍ୱିତୀୟଟି ଏହାର ସଦୃଶ, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’
ସେ ତାହାଙ୍କୁ କହିଲେ, "‘ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ବରଙ୍କୁ ପ୍ରେମ କର।’ ଏହା ହିଁ ଶ୍ରେଷ୍ଠ ଓ ପ୍ରଥମ ଆଜ୍ଞା। ଦ୍ୱିତୀୟଟି ଏହାର ସଦୃଶ, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’ ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ।"
ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
ଧର୍ମଶାସ୍ତ୍ରର ସାର
ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର।
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,
‘ଆଉ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର।’ ଦ୍ୱିତୀୟଟି ଏହି, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’ ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠ ଆଜ୍ଞା ନାହିଁ।"
O amor que não falha
O amor é paciente, é benigno. Tudo sofre, tudo crê, tudo espera, tudo suporta. O amor jamais acaba.
ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,
ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ, ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ; ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ।
ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ।
ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ।
ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ।
ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।
କିନ୍ତୁ ଯେପରି ଲେଖାଅଛି,
"ଚକ୍ଷୁ ଯାହା ଦେଖି ନାହିଁ,
କର୍ଣ୍ଣ ଯାହା ଶୁଣି ନାହିଁ,
ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ,
ଯେ ସମସ୍ତ ବିଷୟ ଈଶ୍ବର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।"
ତୁମ୍ଭମାନଙ୍କର ସମସ୍ତ କର୍ମ ପ୍ରେମରେ ସାଧିତ ହେଉ।
ତୁମ୍ଭମାନଙ୍କର ସମସ୍ତ କର୍ମ ପ୍ରେମରେ ସାଧିତ ହେଉ।
Amor inseparável
Nada poderá nos separar do amor de Deus. Nem morte, nem vida, nem anjos — absolutamente nada.
କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।
କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।
ପ୍ରକୃତ ଖ୍ରୀଷ୍ଟ ବିଶ୍ୱାସୀର ଲକ୍ଷଣ
ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
ପ୍ରକୃତ ଖ୍ରୀଷ୍ଟ ବିଶ୍ୱାସୀର ଲକ୍ଷଣ
ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
ପ୍ରକୃତ ଖ୍ରୀଷ୍ଟ ବିଶ୍ୱାସୀର ଲକ୍ଷଣ
ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ; ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
ପ୍ରେମ ଦ୍ୱାରା ବ୍ୟବସ୍ଥାର ସଫଳତା
ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି।
Viver no amor
Revesti-vos de amor, que é vínculo da perfeição. O amor cobre multidão de pecados e edifica a comunidade.
ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।
ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର। ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।
ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି, ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,
ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;
ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି,
ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ, ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରିପାର, ପୁଣି, ଈଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ, ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।
କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, "ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।"
ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ବରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାନ୍ତୁ।
ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।
ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।
ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।
Expressões de amor
O amor há de ser eterno como o grande Rei. Como a esmeralda reluz, assim brilha o amor que vem de Deus.
ହିଂସା କଳି ଜନ୍ମାଏ,
ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ।
ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ;
ଆପଣା କଣ୍ଠରେ ଉଭୟକୁ ବାନ୍ଧ
ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ।
ତାହା କଲେ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ଦୃଷ୍ଟିରେ
ଅନୁଗ୍ରହ ଓ ସୁବିବେଚନା ଲାଭ କରିବ।
ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ,
କିଅବା ବଢ଼ି ତାହା ବୁଡ଼ାଇ ନ ପାରେ;
ଯଦି କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ୱ ଦେବ,
ତେବେ ସେ ଲୋକ ନିତାନ୍ତ ତୁଚ୍ଛୀକୃତ ହେବ।
ଧନ୍ୟବାଦ ସ୍ତୁତି
ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ;
କାରଣ ମୁଁ ତୁମ୍ଭଠାରେ ଭରସା ରଖେ;
ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ;
କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
ହେ ସଦାପ୍ରଭୁଙ୍କ ସଦ୍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର;
ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି
ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି।
ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ;
ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।
ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।