Aniversário de idoso
O aniversário de um idoso é celebração de uma vida longa e cheia de experiências com Deus. A Bíblia honra os cabelos brancos como coroa de glória e prova da fidelidade divina.
ମଙ୍ଗଳମୟ ସଦାପ୍ରଭୁଙ୍କର ସ୍ତୁତି
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ;
ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଏହା ସଦାପ୍ରଭୁଙ୍କ କୃତ ଦିନ;
ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା।
ମଙ୍ଗଳମୟ ସଦାପ୍ରଭୁଙ୍କ ପ୍ରଶଂସା
ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି;
ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।
ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ;
ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି;
ଏହେତୁ ମୋʼ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି;
ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।
ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ,
ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ।
ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।
ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ
ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ
ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି,
ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି,
ତାହା ହିଁ ମୁଁ ଅନ୍ୱେଷଣ କରିବି।
ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ,
ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।
ପକ୍ୱକେଶ ଶୋଭାଜନକ ମୁକୁଟ,
ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।
ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ,
ବୃଦ୍ଧମାନଙ୍କର ପକ୍ୱକେଶ ସେମାନଙ୍କର ଶୋଭା।
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ;
ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
ଏବେ ଦେଖ, ପ୍ରାନ୍ତରରେ ଇସ୍ରାଏଲ ଭ୍ରମଣ କରିବା ବେଳେ ସଦାପ୍ରଭୁ ମୋଶାଙ୍କୁ ସେହି ଯେଉଁ କଥା କହିଥିଲେ, ତଦବଧି ସଦାପ୍ରଭୁ ଆପଣା ବାକ୍ୟାନୁସାରେ ମୋତେ ପଞ୍ଚଚାଳିଶ ବର୍ଷ ହେଲା ଜୀବିତ ରଖିଅଛନ୍ତି; ଏଣୁ ଏବେ ଦେଖ, ମୁଁ ଆଜି ପଞ୍ଚାଅଶୀ ବର୍ଷ ବୟସ୍କ ହୋଇଅଛି। ତଥାପି ମୋଶା ଯେଉଁ ଦିନ ମୋତେ ପଠାଇଥିଲେ, ସେଦିନ ମୁଁ ଯେପରି ବଳବାନ ଥିଲି, ସେପରି ଆଜି ଅଛି; ଯୁଦ୍ଧ କରିବା ପାଇଁ ଓ ବାହାରେ ଭିତରେ ଯିବା ଆସିବା ପାଇଁ ସେସମୟରେ ମୋହର ଯେପରି ବଳ ଥିଲା, ସେପରି ଏବେ ମଧ୍ୟ ମୋହର ବଳ ଅଛି।
ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ
ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ;
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।’"
ପ୍ରିୟ ବନ୍ଧୁ, ତୁମ୍ଭ ଜୀବନର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଏବଂ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା।
Este artigo te tocou? Faça uma oração!
+581 estão orando agora.
Junte-se à corrente de oração.