Aniversário
O aniversário é momento de celebrar a vida que Deus nos deu. A Bíblia nos convida a agradecer por cada dia, contar nossos anos com sabedoria e alegrar-se na bondade do Senhor.
Agradecer pela vida
Este é o dia que o Senhor fez — alegremo-nos! Cada dia é presente de Deus, cada ano é prova da sua fidelidade.
ଏହା ସଦାପ୍ରଭୁଙ୍କ କୃତ ଦିନ;
ଆମ୍ଭେମାନେ ଏଥିରେ ଆନନ୍ଦ ଓ ଉଲ୍ଲାସ କରିବା।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ।
ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର
ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;
ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ,
ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,
ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ,
ବୀଣାର ଗମ୍ଭୀର ଧ୍ୱନିରେ,
କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ;
ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ।
ପ୍ରିୟ ବନ୍ଧୁ, ତୁମ୍ଭ ଜୀବନର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଏବଂ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା।
A obra de Deus em nós
Tu me teceste no ventre de minha mãe — maravilhosas são as tuas obras! Cada vida é obra-prima do Criador.
କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା;
ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ;
ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ;
ଏହା ମୁଁ ଭଲ ରୂପେ ଜାଣେ।
ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ
ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।
ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା
ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା,
ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।
ହେ ପରମେଶ୍ୱର, ଆହୁରି ତୁମ୍ଭର ସଂକଳ୍ପସକଳ ମୋʼ ପ୍ରତି କିପରି ବହୁମୂଲ୍ୟ!
ତହିଁର ସଂଖ୍ୟା କିପରି ଅଧିକ!
କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା;
ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ।
ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ;
ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ;
ଏହା ମୁଁ ଭଲ ରୂପେ ଜାଣେ।
ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ
ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।
ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା
ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା,
ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା।
ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି;
ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ;
ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ।
ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି;
ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।
ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ;
ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ।
ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି;
ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।
ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ବରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି,
Oração de bênção
O Senhor te abençoe e te guarde. Tu és toda formosa e em ti não há defeito. Deus cuida de cada detalhe da tua vida.
ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ
ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ;
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।’"
ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ;
ତୁମ୍ଭଠାରେ କୌଣସି ଖୁଣ ନାହିଁ।
ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ;
ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ।
ସେ ଜ୍ଞାନରେ ଆପଣା ମୁଖ ଫିଟାଏ;
ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ।
ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର;
ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ।
ପକ୍ୱକେଶ ଶୋଭାଜନକ ମୁକୁଟ,
ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।
ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଇଥାଏ।
Sabedoria e alegria
Ensina-nos a contar os nossos dias. Deus encheu nosso cálice de alegria e o seu caminho mostra-se vida em plenitude.
ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ,
ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।
"ହେ ସଦାପ୍ରଭୋ, ମୋହର ଅନ୍ତିମକାଳ
ଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ;
ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ।
ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ;
ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ;
ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ
ହିଁ ନିତାନ୍ତ ଅସାର। [ସେଲା]
ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।
ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ,
ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ।
ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ
ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ
ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି,
ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି,
ତାହା ହିଁ ମୁଁ ଅନ୍ୱେଷଣ କରିବି।
ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ;
ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।
ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ,
ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି
ଓ ମୋʼ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।
ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼,
ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା,
ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି;
ସେ ଗୋଷ୍ଠୀସମୂହକୁ ମୋʼ ପଦ ତଳେ ବଶୀଭୂତ କରନ୍ତି।
ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତଙ୍କୁ ଉଦ୍ଧାର କରନ୍ତି,
ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ
ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ।
କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି;
ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।
ସେମାନେ ନତ ହୋଇ ପତିତ ହୋଇଅଛନ୍ତି;
ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ।
ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା;
କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା।
Proteção e fidelidade
O Senhor pelejará por vós. Fiel é o Senhor que vos guarda — Ele te protege de todo mal o tempo todo.
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।"
କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ।
କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,
ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;
ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ।