Anjos
Os anjos são seres celestiais criados por Deus para servir, adorar e executar seus propósitos. A Bíblia revela anjos mensageiros, guerreiros e protetores ao longo de toda a história redentora.
କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, "ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।
କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କୁ ଖୋଜୁଅଛ, ତାହା ମୁଁ ଜାଣେ। ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ ସେହି ସ୍ଥାନ ଦେଖ।
ଅଥବା ତୁମ୍ଭେ କଅଣ ମନେ କରୁଅଛ ଯେ, ମୁଁ ମୋହର ପିତାଙ୍କୁ ବିନତି କରିପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ?
ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ। ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।
ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
"ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା,
ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।"
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ବରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ।"
ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ।
ବିଶ୍ୱାସୀମାନଙ୍କ ମଧ୍ୟରେ ପ୍ରେମ ସ୍ଥିର ହୋଇ ରହିଥାଉ। ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।
ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟା କିମ୍ବା ଝମ୍ ଝମ୍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।
ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି,
ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ,
ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ,
ଦୂତମାନଙ୍କ ଦ୍ୱାରା ଦେଖାଗଲେ,
ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ,
ଜଗତରେ ବିଶ୍ୱାସପାତ୍ର ହେଲେ,
ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।
କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;
ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।
ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ।
କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ବରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।