Aprender
Aprender é vocação do discípulo. Jesus disse: aprendei de mim. A Bíblia convida a aprender com humildade, perseverança e disposição — sentados aos pés do Mestre.
Aprender de Jesus
Tomai sobre vós o meu jugo e aprendei de mim. O Espírito Santo nos ensinará todas as coisas e nos recordará tudo.
ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।"
ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।"
କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।
ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, "ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର।
କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।
Ensino e sabedoria
O temor do Senhor é o princípio do saber. A disciplina do Senhor forma o caráter e abre caminhos de entendimento.
ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ;
ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି।
ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ
ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ।
କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ,
ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି।
ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି,
ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି।
ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ;
ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।
ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ।
Comunidade de aprendizado
Ensinem e aconselhem-se mutuamente. A igreja é escola de Cristo — onde todos ensinam e todos aprendem juntos.
ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।
ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ, ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ।
କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ,
ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼ ଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ବର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ।
Ouvir e praticar
Ensina-me a fazer a tua vontade. Guia-me pela tua verdade. O verdadeiro aprendiz pratica o que ouviu do Mestre.
ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ;
କାରଣ ତୁମ୍ଭେ ମୋହର ପରମେଶ୍ୱର;
ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।
ହେ ସଦାପ୍ରଭୋ, ତୁମ୍ଭର ପଥସବୁ ମୋତେ ଦେଖାଅ;
ତୁମ୍ଭର ମାର୍ଗସବୁ ମୋତେ ଶିଖାଅ।
ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ;
କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ୱର ଅଟ;
ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ।
ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି;
ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ।
ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ
ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।
ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି;
ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।
ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି;
କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି।