Autocontrole
O autocontrole é fruto do Espírito e virtude indispensável. A graça de Deus nos ensina a renunciar à impiedade e a viver com sobriedade, domínio próprio e piedade no mundo presente.
Fruto e virtude
O domínio próprio é fruto do Espírito. Acrescentai ao conhecimento o autocontrole. A disciplina interior produz maturidade.
କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।
ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍ଗୁଣ, ସଦ୍ଗୁଣ ଦ୍ୱାରା ଜ୍ଞାନ, ଜ୍ଞାନ ଦ୍ୱାରା ସଂଯମ, ସଂଯମ ଦ୍ୱାରା ଧୈର୍ଯ୍ୟ, ଧୈର୍ଯ୍ୟ ଦ୍ୱାରା ଧର୍ମପରାୟଣତା, ଧର୍ମପରାୟଣତା ଦ୍ୱାରା ଭ୍ରାତୃପ୍ରେମ, ପୁଣି, ଭ୍ରାତୃପ୍ରେମ ଦ୍ୱାରା ପ୍ରେମ ଲାଭ କର।
କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି, ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନଯାପନ କରୁ,
କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।
ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।
ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।
ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।
Dominar a si mesmo
Melhor é quem domina o seu espírito do que quem toma uma cidade. A cidade sem muros é quem não tem autocontrole.
ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ;
ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।
ଯାହାର ଆତ୍ମା ଅଟକ ମାନେ ନାହିଁ,
ସେ ଭଗ୍ନ ଓ ପ୍ରାଚୀରହୀନ ନଗର ତୁଲ୍ୟ।
ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ;
ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ।
ଡାହାଣ କି ବାମ ପାର୍ଶ୍ୱକୁ ଯାଅ ନାହିଁ,
ପୁଣି ତୁମ୍ଭ ପାଦ ମନ୍ଦଠାରୁ ଦୂର କର।
ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ;
ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ।
ମରଣ ଓ ଜୀବନ ଜିହ୍ୱାର ଅଧୀନ;
ଯେଉଁମାନେ ତାକୁ ଭଲ ଜାଣନ୍ତି,
ସେମାନେ ତାହାର ଫଳ ଭୋଗିବେ।
ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।
ବାକ୍ୟର ଶ୍ରୋତା ଏବଂ କାର୍ଯ୍ୟକାରୀ
ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,
କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;
ଅତଏବ ଆସ ଆମ୍ଭେମାନେ ଅଣଯିହୁଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା।
ଆୟୁବଙ୍କ ଶେଷ ବିନତି
ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି;
ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?
ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।