Benção
A bênção de Deus é promessa garantida para os que o temem. O Senhor abençoa, guarda, faz resplandecer o rosto sobre nós e nos dá a paz — presente eterno e imerecido.
A bênção sacerdotal
O Senhor te abençoe e te guarde. O Senhor faça resplandecer o seu rosto sobre ti e te dê a paz.
ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ
ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ;
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।’"
ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ
ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ;
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।’"
ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ;
ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ। ଆମେନ୍।
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ।
Bênçãos prometidas
Provai e vede que o Senhor é bom. Deus é poderoso para suprir toda a vossa necessidade segundo as suas riquezas.
ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ;
ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ;
ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।
ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।
ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର,
ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।
ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର,
ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।
ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ,
ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ।
ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ,
ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।
Fruieis do Senhor
Quão grande é a bondade que reservou para os que te temem! O Senhor é meu pastor e de nada terei falta.
ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ,
ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ
ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ,
ତାହା କିପରି ମହତ୍!
ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ,
ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ
ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ,
ତାହା କିପରି ମହତ୍!
ସଦାପ୍ରଭୁ ମୋହର ପ୍ରତିପାଳକ;
ମୋହର ଅଭାବ ହେବ ନାହିଁ।
ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି;
ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।
ସଦାପ୍ରଭୁ ମୋହର ପ୍ରତିପାଳକ;
ମୋହର ଅଭାବ ହେବ ନାହିଁ।
ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି;
ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।
ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର;
ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। [ସେଲା]
ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି,
ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ।
ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ;
ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ;
ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ,
ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ;
ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ,
ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; [ସେଲା]
ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ
ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ।
ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ
ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ।
Obediência e bênção
Se obedecerdes, todas estas bênçãos virão sobre vós. Trazei todos os dízimos e provarei que vos abrirei janelas do céu.
ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ ଯତ୍ନପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ।
ଆଜି ମୁଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ପଥରେ ଚାଲିବାକୁ ଓ ତାହାଙ୍କ ଆଜ୍ଞା, ବିଧି ଓ ଶାସନ ପାଳିବାକୁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା କଲେ ତୁମ୍ଭେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ପୁଣି, ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରିବେ।

ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,

ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।
ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।
ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ,
ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ।
କାରଣ ସେ ଜଳ ନିକଟରେ ରୋପିତ ଓ ନଦୀ କୂଳରେ ବିସ୍ତୃତମୂଳ ବୃକ୍ଷ ତୁଲ୍ୟ ହେବ
ଓ ଗ୍ରୀଷ୍ମ ଉପସ୍ଥିତ ହେବା ବେଳେ ସେ ଭୟ କରିବ ନାହିଁ, ମାତ୍ର ତାହାର ପତ୍ର ସତେଜ ହେବ;
ଆଉ, ଅନାବୃଷ୍ଟିର ବର୍ଷରେ ସେ ଚିନ୍ତିତ ହେବ ନାହିଁ,
କିଅବା ତାହାର ଫଳ ଫଳିବାର ନିବୃତ୍ତ ହେବ ନାହିଁ।"

Frutos do Espírito
O fruto do Espírito é amor, alegria, paz. Bem-aventurados os pacificadores. A bênção flui da vida no Espírito.
କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।
କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।
ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ,
କାରଣ ସେମାନେ ପରିତୃପ୍ତ ହେବେ।
ଶାନ୍ତିକାରକ ଲୋକେ ଧନ୍ୟ,
କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ।
ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।
କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର।

ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।
Abençoar e ser abençoado
Abençoai os que vos perseguem. Não retornem mal por mal, mas bênção por maldição — pois para isso fostes chamados.
ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।
ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।
ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।
ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ।