Casa de Deus
A casa de Deus é lugar de adoração, refúgio e encontro com o Sagrado. A Bíblia exalta o tabernáculo, o templo e a igreja como morada do Altíssimo entre seu povo.
A presença de Deus
Quão amáveis são os teus tabernáculos! Uma coisa pedi ao Senhor: habitar na casa do Senhor todos os dias da minha vida.
କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ;
ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ
ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।
ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ
ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ
ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି,
ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି,
ତାହା ହିଁ ମୁଁ ଅନ୍ୱେଷଣ କରିବି।
ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର
ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ;
ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍,
ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।
"ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,"
ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।
ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ;
ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।
ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି।
ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି।
କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି।
ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି।
O templo
Minha casa será chamada casa de oração. O zelo da tua casa me consumiu. O verdadeiro templo é o corpo do cristão.
ପରେ ଯୀଶୁ ଈଶ୍ବରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ, ଆଉ ଯୀଶୁ ସେମାନଙ୍କୁ କହିଲେ, "ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ବାସସ୍ଥାନ କରୁଅଛ।’"
ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଗଲେ। ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା-ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା-ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ; ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ; ଆଉ, ସେ କାପ୍ତା-ବ୍ୟବସାୟୀମାନଙ୍କୁ କହିଲେ, "ଏଗୁଡ଼ିକ ଏଠାରୁ ଘେନିଯାଅ, ମୋହର ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ।" ତୁମ୍ଭ ଗୃହ ନିମନ୍ତେ ଉଦ୍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖାଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା।
ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ବରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।
କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।
ତୁମ୍ଭେ ଯେଉଁ ଆଦର୍ଶ ଦେଖିଅଛ, ତଦନୁସାରେ ସାକ୍ଷ୍ୟ ତମ୍ବୁ ନିର୍ମାଣ କର ବୋଲି ମୋଶାଙ୍କୁ ଯେ କହିଥିଲେ, ତାହାଙ୍କ ଆଦେଶ ଅନୁଯାୟୀ ଆମ୍ଭମାନଙ୍କ ପିତୃ-ପୁରୁଷମାନେ ପ୍ରାନ୍ତରରେ ସାକ୍ଷ୍ୟ ତମ୍ବୁ ପାଇଥିଲେ। ଆଉ ଆମ୍ଭମାନଙ୍କ ପିତୃ-ପୁରୁଷମାନେ ତାହା ପ୍ରାପ୍ତ ହୋଇ, ଈଶ୍ବର ସେମାନଙ୍କ ସମ୍ମୁଖରୁ ଯେଉଁ ଜାତିମାନଙ୍କୁ ବାହାର କରିଦେଲେ, ସେହି ଜାତିମାନଙ୍କ ଅଧିକାରରେ ସେମାନେ ଯିହୋଶୂୟଙ୍କ ନେତୃତ୍ତ୍ୱରେ ପ୍ରବେଶ କରି ତାହା ଦାଉଦଙ୍କ ସମୟ ପର୍ଯ୍ୟନ୍ତ ରଖିଲେ। ଦାଉଦ ଈଶ୍ବରଙ୍କ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇ ଯାକୁବଙ୍କର ଈଶ୍ବରଙ୍କ ନିମନ୍ତେ ଗୋଟିଏ ବାସସ୍ଥାନ ଆୟୋଜନ କରିବା ପାଇଁ ପ୍ରାର୍ଥନା କଲେ। କିନ୍ତୁ ଶଲୋମନ ଈଶ୍ବରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କଲେ। ତଥାପି ଯେ ମହାନ ଈଶ୍ବର, ସେ ହସ୍ତନିର୍ମିତ ଗୃହରେ ବାସ କରନ୍ତି ନାହିଁ, ଯେପରି ଭାବବାଦୀ କହନ୍ତି,
‘ସ୍ୱର୍ଗ ଆମ୍ଭର ସିଂହାସନ,
ପୃଥିବୀ ଆମ୍ଭର ପାଦପୀଠ;
ପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ?
କିମ୍ବା ଆମ୍ଭର ବିଶ୍ରାମସ୍ଥାନ କାହିଁ?
ଆମ୍ଭର ହସ୍ତ କଅଣ ଏହି ସମସ୍ତ ବିଷୟ ସୃଷ୍ଟି କରି ନାହିଁ?’
ସଦାପ୍ରଭୁ ଏହି କଥା କହନ୍ତି,
"ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ-ସ୍ଥାନ ହେବ?
କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି;
ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
ଏଥିଉତ୍ତାରେ ନିଦ୍ରା ଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, "ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।" ପୁଣି, ସେ ଭୀତ ହୋଇ ଆହୁରି କହିଲା, "ଏ କିପରି ଭୟାନକ ସ୍ଥାନ! ଏ ତ ନିତାନ୍ତ ପରମେଶ୍ୱରଙ୍କର ଗୃହ, ଏହି ତ ସ୍ୱର୍ଗର ଦ୍ୱାର।"