Colheita
A colheita é princípio bíblico universal: colhemos o que semeamos. Quem semeia na fé e obediência colherá bênçãos abundantes do Senhor.
Semear e colher
Quem semeia no Espírito, do Espírito colherá vida eterna. Não nos cansemos de fazer o bem — ao tempo certo colheremos.
ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ପବିତ୍ର ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ।
ଭ୍ରାନ୍ତ ନ ହୁଅ; ଈଶ୍ବର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।
ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।
ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି, ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ;
ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ।
ଶାସନ ବର୍ତ୍ତମାନ ଆନନ୍ଦଜନକ ବୋଧ ନ ହୋଇ ଦୁଃଖଜନକ ବୋଧ ହୁଏ ତଥାପି ଯେଉଁମାନେ ତଦ୍ୱାରା ଶିକ୍ଷା ପ୍ରାପ୍ତ କରିଅଛନ୍ତି, ତାହା ପରେ ସେମାନଙ୍କୁ ଶାନ୍ତିର ଫଳ ସ୍ୱରୂପ ଧାର୍ମିକତା ପ୍ରଦାନ କରେ।
Fidelidade na semeadura
Honra ao Senhor com as tuas primícias. O Senhor abrirá as janelas do céu e derramará bênção sem medida.
ତୁମ୍ଭେ ଆପଣା ଧନରେ
ଓ ସମସ୍ତ ଆୟର ପ୍ରଥମ ଫଳରେ
ସଦାପ୍ରଭୁଙ୍କର ସମାଦର କର।
ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,
ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟିଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।
ଆକାଶର ପକ୍ଷୀମାନଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?
ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମ୍ବିରିବୃକ୍ଷ ମ୍ଳାନ ହେଉଅଛି;
ଡାଳିମ୍ବ ବୃକ୍ଷ, ମଧ୍ୟ ଖର୍ଜ୍ଜୁର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ,
ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି;
କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି।
ହବକ୍କୂକ ପରମେଶ୍ୱରଙ୍କଠାରେ ଉଲ୍ଲସିତ
କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ;
ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ;
ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।