Compaixão
A compaixão é o coração de Deus em ação. Ele é compassivo e misericordioso, tardio em irar-se e grande em amor. Somos chamados a refletir essa compaixão no mundo.
ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ,
ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।
ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର,
କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ;
ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।
ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ।
ସେହି ସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ।
"ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ?
ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।
ଦେଖ, ଆମ୍ଭେ ଆପଣା ହସ୍ତଦ୍ୱୟର ପାପୁଲିରେ ତୁମ୍ଭର ଆକୃତି ଲେଖିଅଛୁ; ତୁମ୍ଭର ପ୍ରାଚୀର ସର୍ବଦା ଆମ୍ଭ ସମ୍ମୁଖରେ ଅଛି।
ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ;
କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
ପରମେଶ୍ୱରଙ୍କ ପ୍ରେମ ଓ କରୁଣା
ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ?
ତୁମ୍ଭେ ଅଧର୍ମ କ୍ଷମା କରିଥାଅ
ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ;
ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ,
କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।
"ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର,
ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର।
ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ;
ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।"
ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।
ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।
ଧାର୍ମିକତା ସକାଶେ ଦୁଃଖଭୋଗ
ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;
କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ?
ସମସ୍ତ ସାନ୍ତ୍ୱନାଦାତା ଈଶ୍ବର
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ବର; ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।
କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।
ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।
ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ବର ତୁମ୍ଭମାନଙ୍କ ସହିତ ରହିବେ।