Comunhão com Deus
A comunhão com Deus é o propósito supremo da existência humana. Fomos criados para viver em intimidade com o Criador — e em Cristo, esse acesso é plenamente restaurado.
Em comunhão com Deus
Deus é fiel, pelo qual fostes chamados à comunhão de seu Filho. A comunhão com Deus é dom da graça e fruto da redenção.
ଈଶ୍ବର ବିଶ୍ୱସ୍ତ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ।
ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ବରଙ୍କ ମନ୍ଦିର, ଆଉ ଈଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;
ଅନେକ ଅଙ୍ଗ ବିଶିଷ୍ଟ ଏକ ଶରୀର
କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ।
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ, ଈଶ୍ବରଙ୍କ ପ୍ରେମ ଓ ପବିତ୍ର ଆତ୍ମାଙ୍କ ସହଭାଗିତା ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।
ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି,
"ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା;
ଆମ୍ଭେ ସେମାନଙ୍କ ଈଶ୍ବର ହେବା,
ଆଉ ସେମାନେ ଆମ୍ଭର ଲୋକ ହେବେ।"
ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି। କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି; ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି।
Presença divina
Eis que estou à porta e bato. O Senhor fez sua morada entre nós — e toda a criação é convidada à comunhão eterna.
ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋହର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ।
ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,
ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ୱର ହେବା।
କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।"
ଯୀଶୁ ସମସ୍ତ ବିଶ୍ୱାସୀମାନଙ୍କ ନିମନ୍ତେ ପ୍ରାର୍ଥନା କରନ୍ତି
"ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋʼ ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି,
ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋʼ ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ। ଆଉ, ତୁମ୍ଭେ ମୋତେ ଯେଉଁ ମହିମା ଦେଇଅଛ, ମୁଁ ସେମାନଙ୍କୁ ତାହା ଦେଇଅଛି, ଯେପରି ଆମ୍ଭେମାନେ ଯେପ୍ରକାରେ ଏକ, ସେମାନେ ସେପ୍ରକାରେ ଏକ ହୁଅନ୍ତି; ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼ ଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି, ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।
Viver na comunhão
Quem permanece nele e ele no Senhor, esse dá muito fruto. A comunhão com Deus produz transformação e alegria.
ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ।
ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।
ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି।
ଈଶ୍ବର ପ୍ରେମମୟ
ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ।
ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।
ଈଶ୍ବରଙ୍କ ସନ୍ତାନ
ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା।
ବିଶ୍ୱାସ ଦ୍ୱାରା ଈଶ୍ବରଙ୍କ ସହ ଶାନ୍ତି
ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ; ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ।
ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ;
ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ। ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।
Este artigo te tocou? Faça uma oração!
+581 estão orando agora.
Junte-se à corrente de oração.