Comunidade
A comunidade cristã é essencial para o crescimento da fé. A Bíblia ensina que fomos criados para viver em comunhão — edificando-nos, encorajando-nos e servindo uns aos outros.
Viver em unidade
Os que creram eram um coração e uma alma. A comunidade primitiva partilhava tudo e vivia em harmonia e alegria.
ବିଶ୍ୱାସୀମାନେ ସମ୍ପତ୍ତିରେ ସମାନ ଅଧିକାର
ବିଶ୍ୱାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।
ବିଶ୍ୱାସୀମାନଙ୍କ ସହଭାଗିତା
ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ।
ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ବରଙ୍କ ପ୍ରଶଂସା କରୁଥିଲେ। ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।
ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ।
ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ରଭାବେ ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା।
କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।"
Edificação mútua
Vivam em harmonia uns com os outros. Não haja divisões entre vós. A comunidade cresce quando cada membro contribui.
ମଣ୍ଡଳୀରେ ବିଭାଜନ
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।
ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ।
କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ-ପ୍ରକାର ନୁହେଁ, ସେହିପରି ଅନେକ ଯେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ।
ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ। ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ।
ପରସ୍ପରର ବିଚାର ନ କରୁ
ବିଶ୍ୱାସରେ ଯେ ଦୁର୍ବଳ, ତାହାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ବନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ।
ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ବର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,
ଶେଷ ନିର୍ଦ୍ଦେଶ ଓ ସମ୍ଭାଷଣ
ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ୍ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
Amor e compromisso
Não deixemos de congregar. O vínculo perfeito é o amor — ele une a comunidade e produz frutos que duram.
ପୁଣି, ପ୍ରେମ ଓ ସତ୍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ, ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ କରିବା, ବିଶେଷ ଭାବରେ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଆଗମନର ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।
ଆଉ, ଏହି ସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ୱରୂପ।
ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ।
ଭ୍ରାତୃପ୍ରେମ
ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା
କିପରି ଉତ୍ତମ ଓ ମନୋହର!
ଧାର୍ମିକତା ସକାଶେ ଦୁଃଖଭୋଗ
ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;
ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍।
କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।
ଯିହୁଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ। ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।
ନିରାଶ୍ରୟ ବିଧବାମାନଙ୍କୁ ସମ୍ମାନ କର।
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।"