Convicção
A convicção cristã é firmeza de fé que não se abala diante da oposição. É a certeza interior que compele a proclamar a verdade com ousadia, independentemente das consequências.
Ousadia para falar
Recebereis poder e sereis minhas testemunhas. A convicção do Espírito nos equipa para proclamar com coragem e sem vergonha.
କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।"
ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,
କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ବରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ।
ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଜଞ୍ଜିରରେ ବନ୍ଧାହୋଇଥିବା ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ, ପୁଣି, ମୁଁ ଯେପରି ତତ୍ ସମ୍ବନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି।
କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍ ପକ୍ଷରେ।
ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ।"
ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ବରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର;
ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର। କେହି ତୁମ୍ଭକୁ ତୁଚ୍ଛ ନ କରୁ।
Firmeza e confiança
Não temas diante dos homens. A Palavra de Deus é fogo na boca do profeta e firmeza na vida do crente.
ମାତ୍ର ସଦାପ୍ରଭୁ ମୋତେ କହିଲେ, "ମୁଁ ବାଳକ ବୋଲି କୁହ ନାହିଁ;
କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ
ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ,
ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ;
ଯିହୁଦାର ନଗରସମୂହକୁ କୁହ, "ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର!"
ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି,
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି;
ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି।
ଆମ୍ଭେ ଚକ୍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।"
ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି
ଓ ଲଜ୍ଜିତ ନୋହିବି।
ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।
ଲୋକଭୟ ଫାନ୍ଦଜନକ;
ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।
କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଈଶ୍ବରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ବର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ।
ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ;
କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ। ସେପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।