Coração quebrantado
Deus está perto dos que têm o coração quebrantado. A Bíblia consola os aflitos: o sacrifício que Deus aceita é o espírito quebrantado e um coração contrito — jamais desprezará.
ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି
ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି,
ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।
ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି
ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।
ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି;
ମାତ୍ର ପରମେଶ୍ୱର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।
କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି;
"ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ
ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି;
ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି;
କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି;
ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ,
ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ;
ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ; ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ,
ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି;
ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।
"ଆତ୍ମାରେ ଦୀନହୀନ ଲୋକେ ଧନ୍ୟ,
କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
ଶୋକାର୍ତ୍ତ ଲୋକେ ଧନ୍ୟ,
କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ।
ନମ୍ର ଲୋକେ ଧନ୍ୟ,
କାରଣ ସେମାନେ ପୃଥିବୀର ଅଧିକାରୀ ହେବେ।
କାରଣ ଈଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ-ପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ। ଯେଣୁ ଦେଖ, ଈଶ୍ବରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ଡନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି। ଏହି ବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣ ଦେଇଅଛ।
ଆଉ, ସେ ମୋତେ କହିଅଛନ୍ତି, "ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।" ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।