Corpo de Cristo
A Igreja é o Corpo de Cristo — organismo vivo onde cada membro tem função única e indispensável. Cristo é a cabeça; nós somos seus membros.
Um corpo, muitos membros
Assim como o corpo é um e tem muitos membros, assim é Cristo. Nós somos o corpo de Cristo e individualmente seus membros.
ଅନେକ ଅଙ୍ଗ ବିଶିଷ୍ଟ ଏକ ଶରୀର
କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ।
ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗ ସ୍ୱରୂପ।
ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ।
କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ-ପ୍ରକାର ନୁହେଁ, ସେହିପରି ଅନେକ ଯେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ।
ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ;
ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି।
Cristo, a cabeça
Ele é a cabeça do corpo, que é a igreja. O corpo cresce e se edifica em amor quando cada parte faz o seu trabalho.
ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।
ମଣ୍ଡଳୀ ନିମନ୍ତେ ପାଉଲଙ୍କ ସେବାକାର୍ଯ୍ୟ
ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;
ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ୱରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ୱ କରୁ; ପୁଣି, ତୁମ୍ଭେମାନେ ଧନ୍ୟବାଦ ଦିଅ।
କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଖ୍ରୀଷ୍ଟ ମଧ୍ୟ ମଣ୍ଡଳୀ ପ୍ରତି ସେହିପରି କରନ୍ତି, ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ।