Corpo é o templo de Deus
O corpo do cristão é templo de Deus. Ele habita em nós pelo Espírito Santo, fazendo do crente morada viva e sagrada do Altíssimo.
Templo do Deus vivo
Vós sois o templo do Deus vivo. Deus disse: habitarei neles e entre eles andarei. O criador mora em sua criação redimida.
ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ବରଙ୍କ ମନ୍ଦିର, ଆଉ ଈଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି; ଯଦି କୌଣସି ଲୋକ ଈଶ୍ବରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ବର ତାହାକୁ ନଷ୍ଟ କରିବେ କାରଣ ଈଶ୍ବରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ।
ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ; ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର।
ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି,
"ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା;
ଆମ୍ଭେ ସେମାନଙ୍କ ଈଶ୍ବର ହେବା,
ଆଉ ସେମାନେ ଆମ୍ଭର ଲୋକ ହେବେ।"
ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ; ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର; ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି; ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ବରଙ୍କ ଆତ୍ମାଙ୍କ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ।
ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ୱାରା ନିର୍ମିତ ହୋଇଥାଏ, କିନ୍ତୁ ସମସ୍ତ ବିଷୟର ଯେ ନିର୍ମାଣକର୍ତ୍ତା, ସେ ଈଶ୍ବର। ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ। କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।
ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ। କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।
Cristo em nós
Já não sou eu quem vive, mas Cristo vive em mim. A presença de Deus no crente é privilégio e responsabilidade sagrada.
ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।
ଈଶ୍ବରଙ୍କ ନିକଟବର୍ତ୍ତୀ ହେବା
ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍, ଆପଣା ରକ୍ତ ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି, ସେହି ପଥରେ ଯୀଶୁଙ୍କ ରକ୍ତ ଦ୍ୱାରା ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ନିମନ୍ତେ ଆମ୍ଭମାନଙ୍କର ସାହସ ଥିବାରୁ ପୁଣି, ଈଶ୍ବରଙ୍କ ଗୃହ ଉପରେ ନିଯୁକ୍ତ ଆମ୍ଭମାନଙ୍କର ଜଣେ ମହାଯାଜକ ଥିବାରୁ ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ;
କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।