Dar
Dar é princípio do Reino de Deus. Jesus deu tudo — até a própria vida. A Bíblia nos ensina que é mais bem-aventurado dar do que receber, e que Deus ama ao que dá com alegria.
Dar com alegria
Deus ama ao que dá com alegria. Dai e dar-se-vos-á. O generoso prospera e quem abençoa será abençoado.
ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି।
ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,
ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି, ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ;
ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଈଶ୍ବରଙ୍କ ଧନ୍ୟବାଦର କାରଣ ହେବ।
କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।
ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ।
Princípios de generosidade
Honra ao Senhor com as tuas primícias. Não negues o bem a quem o merece. A alma generosa prosperará.
ତୁମ୍ଭେ ଆପଣା ଧନରେ
ଓ ସମସ୍ତ ଆୟର ପ୍ରଥମ ଫଳରେ
ସଦାପ୍ରଭୁଙ୍କର ସମାଦର କର।
ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ,
ଉଚିତ ଦାନପାତ୍ରମାନଙ୍କୁ ମନା କର ନାହିଁ।
ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ,
ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ।
ମନୁଷ୍ୟର ଭେଟି ତାହା ପାଇଁ ପଥ ପରିଷ୍କାର କରେ,
ପୁଣି, ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ।
କେହି କେହି ଦିନସାରା ଅତ୍ୟନ୍ତ ଲୋଭ କରନ୍ତି;
ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ।
ମୁଖ ଫିଟାଇ ଯଥାର୍ଥ ବିଚାର କର,
ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର।
ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,
O ensino de Jesus
Quando deres esmola, não toque a trombeta. A generosidade do coração importa mais que a grandeza do donativo.
ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ, ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠରୋଗୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।
ଯୀଶୁ ତାହାଙ୍କୁ କହିଲେ, "ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।"
ଯେ କେହି ତୁମ୍ଭକୁ ମାଗେ, ତାହାକୁ ଦିଅ; ଆଉ ଯେ ତୁମ୍ଭର ସମ୍ପତ୍ତି ନେଇଯାଏ, ତାହାଠାରୁ ତାହା ପୁନର୍ବାର ଦାବି କର ନାହିଁ।
ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର;
ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।
ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ।
ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ।
ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।
ଆଉ, ନିହିମୀୟା ସେମାନଙ୍କୁ କହିଲା, "ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।"
ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ।