Tomar uma decisão
Tomar decisões com sabedoria é um dos maiores desafios da vida. A Bíblia nos ensina a buscar a Deus em oração, na Palavra e no conselho, confiando que Ele dirige os nossos passos.
Buscar a Deus
Se algum de vós tem falta de sabedoria, peça a Deus. Ele dá generosamente e sem repreensão a todos os que pedem.
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି।
ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର
ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।
ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର;
ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।
ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର;
ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।
Conselho e direção
Onde não há conselho os planos se frustam. Toda Escritura é útil para nos guiar nas decisões da vida.
ସୁପରାମର୍ଶ ଅଭାବରେ ଜାତିର ପତନ ହୁଏ,
ପୁଣି, ବହୁସଂଖ୍ୟକ ପରାମର୍ଶଦାତାଙ୍କ ଉପରେ ଜାତିର ନିରାପତ୍ତା ନିର୍ଭର କରେ।
ଗୁଲିବାଣ୍ଟ କୋଳରେ ପକାଯାଏ,
ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ।
ଯେ ଆପଣାକୁ ଅନ୍ୟଠାରୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ
ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ।
ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ,
କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ।
ଦୁଷ୍ଟ ଆସିଲେ ଅବଜ୍ଞା ଆସେ,
ପୁଣି, ଅପମାନ ସଙ୍ଗେ ଦୁର୍ନାମ ଆସେ।
ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ,
ପୁଣି, ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ।
ଦୁଷ୍ଟର ମୁଖାପେକ୍ଷା କରିବାର
ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ।
ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ,
ପୁଣି, ତାହାର ମୁଖ ମାଡ଼ ଖାଇବାକୁ ଡାକେ।
ମୂର୍ଖର ମୁଖ ତାହାର ବିନାଶର କାରଣ,
ପୁଣି, ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ୱରୂପ।
କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ,
ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
ଆପଣା କାର୍ଯ୍ୟରେ ଯେ ଅଳସ,
ସେ ବିନାଶ କର ଭାଇ।
ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼;
ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
ଧନବାନର ଧନ ତାହାର ଦୃଢ଼ ନଗର,
ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।
ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ,
ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
ଯେ ଶୁଣିବା ପୂର୍ବେ ଉତ୍ତର କରେ,
ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।
ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ;
ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ?
ସମସ୍ତ ଶାସ୍ତ୍ର ଈଶ୍ବର ନିଶ୍ଵସିତ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ,
ଯେପରି ଈଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।
ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆ ପ୍ରଦେଶକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ।
ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ। ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର। ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।
Confiar e seguir
Seja o que for que façais, fazei tudo para a glória de Deus. O sábio ouve a Deus antes de agir.
ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।
ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।
ଗିବୀୟୋନ୍ରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, "ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।" ତହିଁରେ ଶଲୋମନ କହିଲେ, "ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ। ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ। ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ସକାଶୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି। ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?" ଶଲୋମନ ଯେ ଏହି ବିଷୟ ମାଗିଲେ, ଏହି କଥାରେ ପ୍ରଭୁ ସନ୍ତୁଷ୍ଟ ହେଲେ। ଏଥିରେ ପରମେଶ୍ୱର ତାଙ୍କୁ କହିଲେ, "ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି, ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ୱର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ; ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ।
ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, "ତୁମ୍ଭେ କି ଏପର୍ଯ୍ୟନ୍ତ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର।"
ସେ ତାହାକୁ କହିଲା, "ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛ, ଆମ୍ଭେମାନେ କି ପରମେଶ୍ୱରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା ଆଉ, ଅମଙ୍ଗଳ କʼଣ ଗ୍ରହଣ କରିବା ନାହିଁ?" ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ।