Desejos
Os desejos revelam o que há no coração. A Bíblia nos ensina a purificar nossos desejos, submeter a carne ao espírito e buscar as coisas que são de cima.
Desejos da carne
A carne milita contra o espírito. O cristão é chamado a vigiar, resistir e não satisfazer os desejos da natureza pecaminosa.
ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ।
କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।
ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।
ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।"
ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ,
ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’
ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।
ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।
ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;
Purificar os desejos
Guarda o teu coração. Das profundezas do interior do homem saem os desejos — bons ou maus, conforme o coração.
ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି;
ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?
ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ,
ତେବେ ତାହାର ପାଦରେ କʼଣ ଫୋଟକା ହେବ ନାହିଁ?
କେହି କେହି ଦିନସାରା ଅତ୍ୟନ୍ତ ଲୋଭ କରନ୍ତି;
ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ।
ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ?
କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।
କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।
ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ।
କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ।
ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।
Desejos santos
Como a corça deseja as correntes de água, minha alma suspira por ti, ó Deus. Os desejos do Espírito produzem vida e paz.
ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ,
ସେହିପରି ହେ ପରମେଶ୍ୱର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।
ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ;
ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି।
ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ବରୀୟ ସ୍ୱଭାବର ସହଭାଗୀ ହୁଅ।
ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ;
କେହି ପରୀକ୍ଷିତ ହେଲେ, ମୋହର ଏହି ପରୀକ୍ଷା ଈଶ୍ବରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ବର ମନ୍ଦରେ ପରୀକ୍ଷିତ ହୋଇପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ।
ତେବେ, ଆମ୍ଭେମାନେ କଅଣ କହିବା? ମୋଶାଙ୍କ ବ୍ୟବସ୍ଥା କଅଣ ପାପ? ତାହା କେବେ ହେଁ ନ ହେଉ। ବରଂ ପାପ କଅଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି।
ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ।