Deus é nosso refúgio
Deus é nosso refúgio e fortaleza, socorro bem presente nas angústias. Quando o mundo treme, o crente encontra paz sob as asas do Altíssimo.
Refúgio e fortaleza
Deus é nosso refúgio e fortaleza. Quem habita no abrigo do Altíssimo descansa à sombra do Todo-Poderoso.
ସହବର୍ତ୍ତୀ ପରମେଶ୍ୱର
ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ,
ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
ସଦାପ୍ରଭୁ ଆମର ରକ୍ଷାକର୍ତ୍ତା
ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ,
ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।
ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, "ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ;
ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।"
କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ
ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ
ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ;
ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।
ଦାଉଦଙ୍କ ବିଜୟ ସଂଗୀତ
ହେ ମୋହର ବଳ ସ୍ୱରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।
ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି;
ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।
ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ନିସ୍ତାର ପାଇବି।
ନିର୍ଭରଶୀଳ ପ୍ରାର୍ଥନା
ହେ ପରମେଶ୍ୱର, ମୋତେ ରକ୍ଷା କର; କାରଣ ମୁଁ ତୁମ୍ଭଠାରେ ଶରଣ ନିଏ।
ସ୍ତୁତି ବନ୍ଦନା
ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ;
ମୁଁ କାହାକୁ ଭୟ କରିବି?
ସଦାପ୍ରଭୁ ମୋʼ ଜୀବନର ବଳ;
ମୁଁ କାହାଠାରୁ ଭୀତ ହେବି?
ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ
ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।
ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ
ମୋହର ଅନ୍ତଃକରଣ ଭୟ କରିବ ନାହିଁ;
ଯଦି ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ,
ତେବେ ମଧ୍ୟ ମୁଁ ସାହସିକ ହେବି।
ସଦାପ୍ରଭୁଙ୍କଠାରେ ନିର୍ଭରଶୀଳତାର ନିବେଦନ
ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନେଇଅଛି;
ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ;
ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର।
ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର;
ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ,
ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।
କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ;
ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ।
ସେମାନେ ଗୋପନରେ ମୋʼ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର;
କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ।
ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ;
ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।
ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ;
ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ;
କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ।
Proteção e segurança
O Senhor é a minha rocha e a minha fortaleza. Melhor é confiar no Senhor do que confiar no homem.
ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା
ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା
ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର;
କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ;
ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।
ମୋହର ପରିତ୍ରାଣ ଓ ମୋହର ଗୌରବ
ପରମେଶ୍ୱରଙ୍କଠାରେ ଅଛି;
ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି।
ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର;
ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ;
ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]
ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି;
ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର।
ପରମେଶ୍ୱର ଓ ମନୁଷ୍ୟ
ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ
ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।
ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ
ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ
ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।
ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ।
ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;
ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ;
କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।
ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ!
ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।
Em todo tempo
O Senhor é bom e é fortaleza no dia da angústia. A torre forte do nome do Senhor protege os seus em toda circunstância.
ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି।
କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ,
ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ,
ତାପ ନିବାରକ ଛାୟା ହୋଇଅଛ।
ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି;
ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ।
ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼;
ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ।
Este artigo te tocou? Faça uma oração!
+581 estão orando agora.
Junte-se à corrente de oração.