Deus nos chamou
Deus nos chamou antes da fundação do mundo. Ele nos conhece pelo nome, nos predestinou para sermos conforme a imagem de Cristo e nos capacita para o chamado.
Chamados por Deus
Os que Deus predestinou, também os chamou. O Seu chamado é irrevogável — fundamentado no propósito eterno e na graça abundante.
ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ। କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି। ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ।
ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ, ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କଅଣ, ଏହିସବୁ ଜାଣି ପାର;
ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ବରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର; ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା, କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;
ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
"ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ,
ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ;
ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।"
A resposta ao chamado
Ninguém pode vir a mim se o Pai não o atrair. Deus escolheu os fracos para confundir os fortes — e nos chamou para a luz.
ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋʼ ନିକଟକୁ ଆସିପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।
କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ୱାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାନ୍ତି; କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ବରଙ୍କ ଛାମୁରେ ଗର୍ବ ନ କରେ,
ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?
ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି; ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍, ପାପ କ୍ଷମା ପାଇଅଛୁ।
ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ "ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ। କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।"
Confirmando o chamado
Procurai tornar cada vez mais firme a vossa vocação. Deus começou a boa obra e a completará até o dia de Cristo.
ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ। ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ।
କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;
କାରଣ ଅନେକ ଆହୂତ, କିନ୍ତୁ ଅଳ୍ପ ମନୋନୀତ।’"