Deus nunca falha
Deus nunca falha. Nenhuma de suas promessas vem ao chão. O que Ele prometeu, Ele cumprirá. A fidelidade de Deus é o fundamento inabalável da nossa fé.
Promessas cumpridas
Nenhuma boa palavra falhou de todas as promessas que Deus fez. Ele é fiel e verdadeiro em tudo o que diz.
ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ।
ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେ ଯେ ମଙ୍ଗଳର କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହେଲା ନାହିଁ; ସବୁ ସଫଳ ହେଲା।
"ଯେଉଁ ସଦାପ୍ରଭୁ ଆପଣାର ସକଳ ପ୍ରତିଜ୍ଞାନୁସାରେ ନିଜ ଲୋକ ଇସ୍ରାଏଲକୁ ବିଶ୍ରାମ ଦେଇଅଛନ୍ତି, ସେ ଧନ୍ୟ ହେଉନ୍ତୁ; ସେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେ ଯେ ପ୍ରତିଜ୍ଞା କରିଥିଲେ, ସେହି ସକଳ ଉତ୍ତମ ପ୍ରତିଜ୍ଞାର ଏକ କଥା ହିଁ ବିଫଳ ହୋଇ ନାହିଁ।
ପରମେଶ୍ୱର ମନୁଷ୍ୟ ନୁହନ୍ତି ଯେ, ସେ ମିଥ୍ୟା କହିବେ;
କିଅବା ସେ ମନୁଷ୍ୟର ସନ୍ତାନ ନୁହନ୍ତି ଯେ, ସେ ଅନୁତାପ କରିବେ;
ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ?
ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ?
ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ;
ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ।
Fidelidade eterna
A Palavra do Senhor permanece para sempre. A tua palavra é muito pura e o teu servo a ama profundamente.
ତୁମ୍ଭେମାନେ ଆକାଶମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର;
କାରଣ ଆକାଶମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତ୍ର ତୁଲ୍ୟ ଜୀର୍ଣ୍ଣ ହେବ, ପୁଣି ତନ୍ନିବାସୀଗଣ ସେହିରୂପେ ମରିଯିବେ;
ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମ ଲୁପ୍ତ ହେବ ନାହିଁ।
ତୁମ୍ଭର ବାକ୍ୟ ଅତ୍ୟନ୍ତ ନିର୍ମଳ;
ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ।
ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ
ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।
ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି
ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି।
ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ;
ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।
କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ;
ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।
Segurança em Deus
Todas as promessas de Deus são sim e amém em Cristo. Fiel é Aquele que prometeu — Ele jamais nos decepcionará.
ଯେଣୁ ଈଶ୍ବରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ବରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ। ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି, ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ବର; ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି।
ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;
ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ; ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।
ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।