Deus
Deus é a realidade suprema do universo — o criador, sustentador e redentor de tudo o que existe. Conhecê-lo é a essência da vida eterna e o maior privilégio da existência humana.
Quem é Deus
Não há santo como o Senhor. Tu és grande e fazes maravilhas — só tu és Deus. Sua majestade transcende toda compreensão.
ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ;
ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ;
କିଅବା ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।
ଏହେତୁ ହେ ସଦାପ୍ରଭୋ ପରମେଶ୍ୱର, ତୁମ୍ଭେ ମହାନ; କାରଣ ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।
ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ୱାରା ନିର୍ମିତ ହୋଇଥାଏ, କିନ୍ତୁ ସମସ୍ତ ବିଷୟର ଯେ ନିର୍ମାଣକର୍ତ୍ତା, ସେ ଈଶ୍ବର।
ହେ ସଦାପ୍ରଭୋ, ତୁମ୍ଭେ ମୋହର ପରମେଶ୍ୱର; ମୁଁ ତୁମ୍ଭର ଗୌରବ କରିବି, ମୁଁ ତୁମ୍ଭ ନାମର ପ୍ରଶଂସା କରିବି;
କାରଣ ତୁମ୍ଭେ ଆଶ୍ଚର୍ଯ୍ୟକ୍ରିୟା, ଅର୍ଥାତ୍, ପୁରାତନ କାଳର ମନ୍ତ୍ରଣାସବୁ ବିଶ୍ୱସ୍ତତାରେ ଓ ସତ୍ୟରେ ସାଧନ କରିଅଛ।
ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ।
Deus é amor
Deus é amor. Quem permanece no amor permanece em Deus e Deus nele. Nós amamos porque Ele nos amou primeiro.
ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।
ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।
ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ।
କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି।
ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ;
ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ,
ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।
Buscar a Deus
Buscareis o Senhor e o encontrareis quando o buscardes de todo o coração. Provai e vede que o Senhor é bom.
ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।
ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ;
ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
ମୁଁ ସଦାପ୍ରଭୁଙ୍କୁ କହିଅଛି, "ତୁମ୍ଭେ ମୋହର ପ୍ରଭୁ, ତୁମ୍ଭ ବିନା ମୋହର କୌଣସି ମଙ୍ଗଳ ନାହିଁ।"
ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି?
ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।
ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ;
ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ।
ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ
ଏବଂ ସଦାପ୍ରଭୁଙ୍କର ଅନୁଗ୍ରହପ୍ରାପ୍ତ ହେବ।
Viver com Deus
Sê forte e corajoso, porque o Senhor teu Deus é contigo. Em Deus encontramos a razão de existir.
ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।"
ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।
ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା,
"ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା।"
ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।
ଭ୍ରାନ୍ତ ନ ହୁଅ; ଈଶ୍ବର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।
ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।