Dia das crianças
As crianças são preciosas aos olhos de Deus. Jesus as acolheu, abençoou e ensinou que delas é o Reino dos Céus — modelos de fé, pureza e humildade.
Jesus e as crianças
Deixai vir a mim as crianças. Jesus abraçou, abençoou e honrou as crianças como modelo de fé para os adultos.
କିନ୍ତୁ ଯୀଶୁ କହିଲେ, "ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।"
ସବୁଠାରୁ ଶ୍ରେଷ୍ଠ ସବୁଠାରୁ ନମ୍ର
ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ? ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ, "ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ।
ହଜିଲା ମେଣ୍ଢାର ଦୃଷ୍ଟାନ୍ତ
ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।
କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦଙ୍କ ସନ୍ତାନ ବୋଲି ଉଚ୍ଚସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ, ପୁଣି, ତାହାଙ୍କୁ ପଚାରିଲେ, ଏମାନେ କଅଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ? ଯୀଶୁ ସେମାନଙ୍କୁ କହିଲେ, "ହଁ,
‘ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ,’
ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?"
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।" ପୁଣି, ଯୀଶୁ ଶିଶୁମାନଙ୍କୁ କୋଳରେ ଘେନି ଓ ସେମାନଙ୍କ ଉପରେ ହାତ ଥୋଇ ସେମାନଙ୍କୁ ଆଶୀର୍ବାଦ କଲେ।
ପୁଣି, ସେ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ, ଯେ କେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ କେବଳ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।
Instruir e proteger
Instrui a criança no caminho de Deus. Elas são herança do Senhor — presentes sagrados que devemos educar com amor.
ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ;
ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ
ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର
ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।
ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର। ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି।
ପିତାମାତା ଏବଂ ସନ୍ତାନ
ହେ ସନ୍ତାନମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ; କାରଣ ତାହା ଯଥାର୍ଥ। "ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା)," ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ। ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।
ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ
ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ;
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।’"