Dia dos avós
Os avós são tesouros vivos de sabedoria e fé. A Bíblia honra os mais velhos e celebra a transmissão de fé entre gerações — dos avós aos netos e destes aos que virão.
A bênção dos avós
A coroa dos velhos são os filhos dos filhos. A misericórdia de Deus é de geração em geração sobre os que o temem.
ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ;
ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ।
ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ
ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି;
ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ
ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।
ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ
ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ।
କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।
Força e fidelidade
Mesmo na velhice darão frutos. Os cabelos brancos são coroa de glória. Deus não abandona seus filhos na idade avançada.
ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ;
ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;
ତଦ୍ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥିକ, ଏହା ପ୍ରକାଶିତ ହେବ;
ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।
ପକ୍ୱକେଶ ଶୋଭାଜନକ ମୁକୁଟ,
ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।
ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା;
ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।
ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ;
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ;
ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ରପୌତ୍ରମାନଙ୍କୁ ତାହା ଶିଖାଅ।