Dia dos pais
O Dia dos Pais celebra o amor e o sacrifício paterno. A Bíblia honra os pais como provedores, protetores e guias espirituais que moldam as próximas gerações.
O pai que educa
Instrui a criança no caminho em que deve andar. O pai justo educa com amor, firmeza e o exemplo de uma vida íntegra.
ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ;
ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ;
ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ।
ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ,
ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି।
ଧାର୍ମିକର ପିତା ଅତିଶୟ ଆନନ୍ଦ କରେ,
ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ।
ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି;
ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ।
Honra e alegria
Honra a teu pai e tua mãe. Os filhos são herança do Senhor, e a família que serve a Deus junta é inabalável.
ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର
ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।
ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।
ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ;
ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ
ଲଜ୍ଜିତ ହେବେ ନାହିଁ।
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।"
ଶେଷ ନିର୍ଦ୍ଦେଶ
ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।
ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ। ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ।
କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ, ପୁଣି, ହୃଷ୍ଟ ପୃଷ୍ଟ ପଶୁଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,