Dinheiro
O dinheiro é ferramenta que pode ser usada para o bem ou para o mal. A Bíblia nos ensina a administrar recursos com sabedoria, generosidade e temor ao Senhor.
Perspectiva bíblica
Guardai-vos da avareza. A vida não consiste na abundância de bens. O dinheiro é servo, nunca senhor.
ପୁଣି, ସେ ସେମାନଙ୍କୁ କହିଲେ, "ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।"
କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ।
ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।
ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ?
କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।
ଧନୀ ହେବା ପାଇଁ ଆପଣାକୁ କ୍ଳାନ୍ତ କର ନାହିଁ;
ତୁମ୍ଭ ନିଜ ବୁଦ୍ଧିରୁ କ୍ଷାନ୍ତ ହୁଅ।
ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।
Administrar com sabedoria
Honra ao Senhor com as tuas primícias. O sábio administra seus recursos com prudência e visão de eternidade.
ତୁମ୍ଭେ ଆପଣା ଧନରେ
ଓ ସମସ୍ତ ଆୟର ପ୍ରଥମ ଫଳରେ
ସଦାପ୍ରଭୁଙ୍କର ସମାଦର କର।
ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ,
ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।
ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ;
ମାତ୍ର ଧାର୍ମିକତା ମୃତ୍ୟୁୁରୁ ଉଦ୍ଧାର କରେ।
ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ,
ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ।
ସୁନା ଅପେକ୍ଷା ଜ୍ଞାନ ଲାଭ କରିବା,
ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ!
ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ,
ପୁଣି, ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ।
ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା
ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ।
ମନୁଷ୍ୟର ବାସନା ତାହାର ଦୟାର ପରିମାଣ
ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ।
ଅସାରତା ଓ ମିଥ୍ୟା କଥା ମୋʼ ଠାରୁ ଦୂର କର;
ମୋତେ ଦରିଦ୍ରତା କି ଧନ ଦିଅ ନାହିଁ;
ମୋʼ ପଡ଼ିର ଭାଗ ଦେଇ ମୋତେ ପ୍ରତିପୋଷଣ କର।
Perigos e armadilhas
Quem quer enriquecer cai em tentação. Fuja do amor ao dinheiro e busque contentamento no Senhor.
ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି,
ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି,
"ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ,
ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।"
ପରମେଶ୍ୱରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ,
ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।
ଧନବାନର ଧନ ତାହାର ଦୃଢ଼ ନଗର,
ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।
Tudo vem de Deus
De ti vem tudo, e das tuas mãos to damos. Os tributos são devidos — dai a César o que é de César e a Deus o que é de Deus.
ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।
ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର।
ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ବରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି।
ଅନେକ ଦୁଷ୍ଟ ଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା
ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।
କାରଣ ଦୁଷ୍ଟର ବାହୁ ଭଙ୍ଗାଯିବ, ମାତ୍ର ସଦାପ୍ରଭୁ
ଧାର୍ମିକକୁ ଧରି ରଖିବେ।
ଯେପରି ସମୁଦାୟ ଧନରେ,
ସେପରି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୂପ ପଥରେ ଆମୋଦ କରିଅଛି।