Doença
A doença é realidade humana que a Bíblia confronta com compaixão e poder. Jesus curou toda enfermidade e prometeu ouvir a oração da fé pelos enfermos.
Jesus, o curador
Jesus percorreu toda a Galileia curando toda enfermidade e doença entre o povo. Pelo seu nome, curas continuam acontecendo.
ଏହାପରେ ଯୀଶୁ ସେମାନଙ୍କ ସମାଜଗୃହ-ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ।
ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠରୋଗୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।
ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠରୋଗୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ବାହାର କର। ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର।
ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ, ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
"‘ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ।’"
ଉଲଗ୍ନ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ। ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁ? ଅବା ତୃଷିତ ଦେଖି ପାନ କରିବାକୁ ଦେଲୁ? ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ବା ଉଲଗ୍ନ ଦେଖି ବସ୍ତ୍ର ପରିଧାନ କରାଇଲୁ? ଆଉ, କେବେ ଆପଣଙ୍କୁ ଅସୁସ୍ଥ ଅବା କାରାଗାରସ୍ଥ ଦେଖି ଆପଣଙ୍କ ନିକଟକୁ ଗଲୁ? ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, "ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।"
ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।
ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ। ଆଉ ସେ ସେମାନଙ୍କୁ ଈଶ୍ବରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ।
Promessas de cura
Eu sou o Senhor que te sara. As Escrituras prometem cura para o corpo e para a alma aos que confiam em Deus.
"ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।"
ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।
ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।
ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି,
ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି;
କାରଣ ତୁମ୍ଭେ ମୋର ପ୍ରଶଂସାଭୂମି।
ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି;
ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;
ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି
ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।
ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି;
ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି;
ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।
ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ;
ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।
ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ
ପୃଥିବୀରେ ଆଶୀର୍ବାଦ ପ୍ରାପ୍ତ ହେବ;
ପୁଣି, ସଦାପ୍ରଭୁ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ
ସମର୍ପଣ କରିବେ ନାହିଁ।
ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ;
ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।
ପ୍ରିୟ ବନ୍ଧୁ, ତୁମ୍ଭ ଜୀବନର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଏବଂ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା।
Oração pelos doentes
A oração da fé salvará o enfermo. Confessai as ofensas uns aos outros e orai uns pelos outros para serdes curados.
ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ। ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।
ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ। ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।
ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।
ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ। ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି। ଆଉ, ସେ ମୋତେ କହିଅଛନ୍ତି, "ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।" ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି। ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।
Esperança na aflição
Ele tomou sobre si as nossas enfermidades. Mesmo na doença, o coração alegre serve de bom remédio e Deus dá esperança.
ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି।
ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।
ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହନ କରିଅଛନ୍ତି।
ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ୱରଙ୍କ ଦ୍ୱାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ।
ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ,
ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।
ଆନନ୍ଦିତ ହୃଦୟ ଉତ୍ତମ ଔଷଧ;
ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ;
ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ?
ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ;
ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।
ମୁଁ ମୌନ ହୋଇଥିବା ବେଳେ ଦିନସାରା ଆର୍ତ୍ତନାଦ
କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା।
କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି ଆଉ, ତୁମ୍ଭମାନଙ୍କ ପରୀକ୍ଷା ସ୍ୱରୂପ ମୋହର ଶାରୀରିକ ଅବସ୍ଥା ତୁମ୍ଭେମାନେ ତୁଚ୍ଛ କଲ ନାହିଁ ବା ଘୃଣା କଲ ନାହିଁ, କିନ୍ତୁ ତୁମ୍ଭେମାନେ ଈଶ୍ବରଙ୍କ ଜଣେ ଦୂତ ସ୍ୱରୂପେ, ଏପରିକି ଖ୍ରୀଷ୍ଟ ଯୀଶୁଙ୍କ ସ୍ୱରୂପେ ମୋତେ ଗ୍ରହଣ କଲ।
ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର।
ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।