Domínio próprio
O domínio próprio é fruto do Espírito e marca de maturidade espiritual. A Bíblia ensina que quem governa o próprio espírito é melhor do que quem conquista uma cidade.
Fruto do Espírito
O fruto do Espírito inclui domínio próprio. A graça de Deus nos ensina a viver de maneira sóbria e justa neste mundo.
କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।
କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି, ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନଯାପନ କରୁ, ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ବର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଶିକ୍ଷା ଦେଉଅଛି।
କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।
ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ଦ୍ୱାରା ସଦ୍ଗୁଣ, ସଦ୍ଗୁଣ ଦ୍ୱାରା ଜ୍ଞାନ, ଜ୍ଞାନ ଦ୍ୱାରା ସଂଯମ, ସଂଯମ ଦ୍ୱାରା ଧୈର୍ଯ୍ୟ, ଧୈର୍ଯ୍ୟ ଦ୍ୱାରା ଧର୍ମପରାୟଣତା, ଧର୍ମପରାୟଣତା ଦ୍ୱାରା ଭ୍ରାତୃପ୍ରେମ, ପୁଣି, ଭ୍ରାତୃପ୍ରେମ ଦ୍ୱାରା ପ୍ରେମ ଲାଭ କର।
Governar a si mesmo
Melhor é o que domina o seu espírito do que o que toma uma cidade. A cidade sem muros é o homem sem domínio próprio.
ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ;
ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।
ଯାହାର ଆତ୍ମା ଅଟକ ମାନେ ନାହିଁ,
ସେ ଭଗ୍ନ ଓ ପ୍ରାଚୀରହୀନ ନଗର ତୁଲ୍ୟ।
ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ;
ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ।
ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ,
ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।
ପ୍ରଭୁଙ୍କ ନିମନ୍ତେ ଦୌଡ଼
ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼। ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ। ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ। ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।
ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ।
ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।
Disciplina e vigilância
Sede sóbrios e vigilantes. O diabo anda em derredor como leão rugidor. A sobriedade nos protege e fortalece.
ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି; ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି।
ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,
ଈଶ୍ବରଙ୍କ ଅନୁଗ୍ରହର ଭଣ୍ଡାରଘରିଆ
ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି, ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର। ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ; ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି; କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ସେହି ଈଶ୍ବରଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ।
ଆଉ, ଯେପରି ଈଶ୍ବରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୁଦୀମାନଙ୍କ ପରି କାମାଭିଳାଷୀ ନ ହୋଇ,
ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ,
O senhorio de Cristo
Todo domínio pertence a Cristo. Ele é Senhor dos senhores e Rei dos reis — e nos capacita a viver em santidade.
ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ,
ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର;
ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର।
ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ
ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।
ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ,
ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ;
ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ,
ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।
ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ,
ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା;
ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ,
ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
ସର୍ବୋପରିସ୍ଥ ପରମେଶ୍ୱର ମୋର ପକ୍ଷରେ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ଉଚିତ ବୋଧ ହେଲା।
ତାହାଙ୍କର ଚିହ୍ନସକଳ କିପରି ମହତ
ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ!
ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ
ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ।
କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି
ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ;
ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ,
ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା,
ଶାନ୍ତିରାଜା ହେବ।
ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ,
ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ
ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ।
ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।
ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି; ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍, ପାପ କ୍ଷମା ପାଇଅଛୁ।
ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ, ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ,
ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ; ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରିପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।
ଖ୍ରୀଷ୍ଟ ମୃତମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ।
ଯେଉଁମାନେ ଶରୀରର ବଶରେ ଅଛନ୍ତି, ସେମାନେ ଈଶ୍ବରଙ୍କର ସନ୍ତୋଷପାତ୍ର ହୋଇପାରନ୍ତି ନାହିଁ। କିନ୍ତୁ ଈଶ୍ବରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ।
ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ। କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ; ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ଈଶ୍ବର ପିତାଙ୍କୁ ରାଜତ୍ୱ ସମର୍ପଣ କରିବେ। କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ।
"ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ;
ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି।