Encorajamento
O encorajamento é uma das vocações mais lindas do cristão. A Bíblia transborda de palavras de ânimo: não temas, levanta-te, Eu sou contigo. Deus nos encoraja para encorajarmos outros.
Não temas
Deus diz repetidamente: não temas, Eu sou contigo. Ele fortalece, sustenta e caminha ao nosso lado em cada desafio.
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର;
ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ;
ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।
ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ;
ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।
ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ;
ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;
ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷଣ୍ଣମନା ହୁଅ ନାହିଁ;
କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।
ଯେଉଁମାନେ ଆମ୍ଭ ବିଷୟ ପଚାରିଲେ ନାହିଁ, ସେମାନଙ୍କ ଦ୍ୱାରା ଆମ୍ଭେ ଅନ୍ୱେଷିତ ହେଉଅଛୁ; ଯେଉଁମାନେ ଆମ୍ଭର ଅନ୍ୱେଷଣ କଲେ ନାହିଁ, ସେମାନେ ଆମ୍ଭକୁ ପ୍ରାପ୍ତ ହେଉଅଛନ୍ତି;
ଯେଉଁ ଦେଶୀୟ ଲୋକେ ଆମ୍ଭ ନାମରେ ଖ୍ୟାତ ହୋଇ ନ ଥିଲେ, ସେମାନଙ୍କୁ, "ଆମ୍ଭକୁ ଦେଖ, ଆମ୍ଭକୁ ଦେଖ" ବୋଲି ଆମ୍ଭେ କହିଲୁ।
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ;
ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
ଏଥିଉତ୍ତାରେ "ମୁଁ କାହାକୁ ପଠାଇବି? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ?" ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, "ମୁଁ ଅଛି; ମୋତେ ପଠାଅ।"
ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।"
ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।"
ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, "ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ। ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି।
ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।"
ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।"
Deus está conosco
Se Deus é por nós, quem será contra nós? Tudo posso naquele que me fortalece. Ele nos encoraja pela sua presença.
ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?
କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
ଆସ ଆମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀର ନିଷ୍ଠା ନିମନ୍ତେ ମଙ୍ଗଳ ସାଧନ କରି ତାହାର ସୁଖ ଚେଷ୍ଟା କରୁ।
ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ବର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,
ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକାନ୍ତ ଇଚ୍ଛା କରୁଅଛି, ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ।
ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।
କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;
ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି।
କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;
ମାତ୍ର ମହାଶକ୍ତି ଯେ ଈଶ୍ବରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ; ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ; ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ; ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ। କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ।
ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ। ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ। ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଈଶ୍ବରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ। କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ; ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି।
ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ। ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି। କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି; ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି। ଅତଏବ, ଈଶ୍ବର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ବରଙ୍କ ସହିତ ସମ୍ମିଳିତ ହୁଅ। ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।
କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ବର; ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।
Ânimo nas lutas
No mundo tereis aflições, mas tende bom ânimo — Eu venci o mundo. O Senhor é refúgio seguro em toda tribulação.
ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।"
ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।"
ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।
ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।
ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।
Promessas de conforto
Vinde a mim os cansados e sobrecarregados. Lança sobre Ele tuas ansiedades, pois Ele cuida de ti.
ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।
ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।
ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ;
ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।
ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ
କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ,
ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ
କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ,
ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ;
ମୁଁ କାହାକୁ ଭୟ କରିବି?
ସଦାପ୍ରଭୁ ମୋʼ ଜୀବନର ବଳ;
ମୁଁ କାହାଠାରୁ ଭୀତ ହେବି?
ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର;
ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ;
ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ,
ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ।
ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି;
ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।
ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ,
ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।
ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ
ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;
ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ,
ତହିଁର ପ୍ଲାବନରେ ପର୍ବତଗଣ କମ୍ପିତ ହେଲେ ହେଁ
ଆମ୍ଭେମାନେ ଭୟ କରିବା ନାହିଁ। [ସେଲା]
ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି;
ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ;
ମନୁଷ୍ୟ ମୋର କଅଣ କରି ପାରିବ?
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ;
ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର;
ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।
ମୁଁ ପର୍ବତଗଣ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରିବି;
କେଉଁଠାରୁ ମୋହର ସାହାଯ୍ୟ ଆସିବ?
ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ,
ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ।
ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।
ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ।
ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;
ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ;
କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।
ତୁମ୍ଭମାନଙ୍କ ସମସ୍ତ ଚିନ୍ତାର ଭାର ତାହାଙ୍କ ଉପରେ ପକାଅ, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ଚିନ୍ତା କରନ୍ତି।
ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,
ଆଉ ତୁମ୍ଭେମାନେ ଯଦି ଉତ୍ତମ ବିଷୟରେ ଉଦ୍ଯୋଗୀ ହୁଅ, ତେବେ କିଏ ତୁମ୍ଭମାନଙ୍କର ଅନିଷ୍ଟ କରିବ? ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ;
Encorajar uns aos outros
Encorajai-vos mutuamente e edificai-vos uns aos outros. Não desanimemos — a bondade do Senhor é nova a cada manhã.
ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।
ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।
ପୁଣି, ପ୍ରେମ ଓ ସତ୍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ, ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ କରିବା, ବିଶେଷ ଭାବରେ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଆଗମନର ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।
ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି,
"ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ,
ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।"
ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ,
"ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ।
ମନୁଷ୍ୟ ମୋହର କଅଣ କରିବ?"
ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।
ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।
ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।
କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।
ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, "ବଳବାନ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ।
ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ;
ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ,
ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।
ସବୁ ପ୍ରକାର ପରିଶ୍ରମରେ ଫଳ ଅଛି;
ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ।
ଯୀଶୁ ସେମାନଙ୍କୁ କହିଲେ, "ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।" ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ।
Deus chama pelo nome
Ao longo da Bíblia, Deus chamou seus servos pelo nome — Abraão, Moisés, Samuel, Paulo — encorajando cada um pessoalmente.
ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, "ହେ ଯାକୁବ, ହେ ଯାକୁବ।" ତହିଁରେ ସେ ଉତ୍ତର କଲେ, "ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।"
ସେତେବେଳେ ପରମେଶ୍ୱରଙ୍କ ଦୂତ ସ୍ୱପ୍ନରେ ମୋତେ ‘ଯାକୁବ’ ବୋଲି ଡାକନ୍ତେ, ମୁଁ କହିଲି, ‘ଦେଖନ୍ତୁ, ମୁଁ ଏଠାରେ।’
ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, "ହେ ଅବ୍ରହାମ, ହେ ଅବ୍ରହାମ!" ତହିଁରେ ସେ କହିଲେ, "ଦେଖନ୍ତୁ, ମୁଁ ଏଠାରେ।"
ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, "ହେ ମୋଶା, ହେ ମୋଶା।" ତହିଁରେ ସେ କହିଲେ, "ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।"
ପୁଣି, "ହେ ମୋହର ପୁତ୍ର ଶାମୁୟେଲ," ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। ତହିଁରେ ସେ ଉତ୍ତର ଦେଲେ, "ମୁଁ ଏଠାରେ ଅଛି।"
ଦମ୍ମେଶକରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, "ହନନୀୟ।" ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ।
ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋʼ ପ୍ରତି ଘଟୁ। ତାହା ପରେ ଦୂତ ତାହାଙ୍କ ନିକଟରୁ ପ୍ରସ୍ଥାନ କଲେ।
ପାଞ୍ଚୋଟି ଘରଚଟିଆ କଅଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ବର ଭୁଲିଯାଆନ୍ତି ନାହିଁ। କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି। ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।"