Ensinar
Ensinar é mandamento e dom. A Bíblia exorta pais, líderes e mestres a transmitir a verdade divina com fidelidade, paciência e sabedoria para as próximas gerações.
Ensinar a Palavra
Toda Escritura é útil para ensinar. Quem ouve as palavras de Jesus e as pratica é como o homem sábio que construiu sobre a rocha.
ସମସ୍ତ ଶାସ୍ତ୍ର ଈଶ୍ବର ନିଶ୍ଵସିତ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ, ଯେପରି ଈଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।
ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।
ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।
ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ;
ଜ୍ଞାନ ଓ ଉପଦେଶ ବୁଝିବାକୁ;
ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;
ସୁଆଚରଣ, ସାଧୁତା ଓ ସୁବିବେଚନା
ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;
ସରଳ ଲୋକଙ୍କୁ ସତର୍କତା
ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;
ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ
ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;
ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା
ଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ।
ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ;
ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି।
Instruir as gerações
Ensina a criança nos caminhos de Deus. A geração que não conhece o Senhor perde a herança espiritual da fé.
ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ। ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ। ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।
ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ
ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।
ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ
ଓ ଗଳଦେଶର ହାର ସ୍ୱରୂପ ହେବ।
ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର,
ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।
ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ,
ଆପଣା ଗଳଦେଶରେ ବାନ୍ଧ।
ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ,
ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ;
ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ।
ଯେହେତୁ ସେହି ଆଜ୍ଞା ପ୍ରଦୀପ ଓ ସେହି ଆଦେଶ ଆଲୁଅ;
ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;
ଜ୍ଞାନ ଅର୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ;
ପୁଣି, ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ;
ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ।
ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର;
ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର।
ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ;
ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ।
ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ିଦିଅ ନାହିଁ; ତାକୁ ରଖ;
କାରଣ ତାହା ତୁମ୍ଭର ଜୀବନ।
କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ
ଏବଂ ଦୁଷ୍ଟ ଲୋକମାନଙ୍କ ବାଟରେ ଚାଲ ନାହିଁ।
ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ;
ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।
ଆପଣାଠାରୁ କୁଟିଳ ମୁଖ ଦୂର କର
ଓ ବକ୍ର ଓଷ୍ଠାଧର ବହୁ ଦୂରରେ ରଖ।
ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ
ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ।
ତୁମ୍ଭେ ଆପଣା ପାଦ ସଳଖ କରି ପକାଅ
ଓ ତୁମ୍ଭର ସବୁ ପଥ ସ୍ଥିରୀକୃତ ହେଉ।
ଡାହାଣ କି ବାମ ପାର୍ଶ୍ୱକୁ ଯାଅ ନାହିଁ,
ପୁଣି ତୁମ୍ଭ ପାଦ ମନ୍ଦଠାରୁ ଦୂର କର।
ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ
ଜ୍ଞାନବାନର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ।
ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ,
ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ।
ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ;
ମୋʼ ମୁଖର ବାକ୍ୟରେ କର୍ଣ୍ଣପାତ କର।
ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି;
ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;
ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ
ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ,
ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା
ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ-କର୍ମସକଳ ବର୍ଣ୍ଣନା କରିବା।
ପୁଣି ସେହି ପିଢ଼ିର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ; ସେମାନଙ୍କ ପରେ ଯେଉଁ ପିଢ଼ିର ଲୋକମାନେ ସଦାପ୍ରଭୁଙ୍କୁ ଜାଣି ନ ଥିଲେ, କି ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କର କୃତ କର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ।
Fidelidade no ensino
Quem ensina com fidelidade merece dupla honra. Cuidado com doutrinas falsas — permaneçam na doutrina de Cristo.
ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ। କାରଣ ପବିତ୍ର ଶାସ୍ତ୍ର କହେ, "ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ।" ପୁଣି, "କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ।"
କିନ୍ତୁ ଅସାର କଥାବାର୍ତ୍ତାରୁ ଦୂରରେ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ, ଆଉ ସେମାନଙ୍କର କଥା ପଚା ଘା ପରି ଖାଇଯିବ; ସେମାନଙ୍କ ମଧ୍ୟରେ ହୁମନାୟ ଓ ଫିଲୀତ ଅନ୍ୟତମ;
ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ବରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି।
କିନ୍ତୁ ପର୍ବର ଅର୍ଦ୍ଧେକ ସମୟ ଗତ ହୁଅନ୍ତେ, ଯୀଶୁ ମନ୍ଦିରକୁ ଯାଇ ଶିକ୍ଷା ଦେବାକୁ ଲାଗିଲେ। ଏଥିରେ ଯିହୁଦୀମାନେ ଚମତ୍କୃତ ହୋଇ କହିଲେ, ଏ ପାଠ ନ ପଢ଼ି କିପରି ପଣ୍ଡିତ ହେଲା?
ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, "ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର। କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ବରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ। ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।