Esperança
A esperança cristã não é desejo vago — é certeza inabalável fundamentada nas promessas de Deus. Ela é âncora da alma, firme e segura, que penetra até o interior do véu.
Esperança viva
Bendito seja Deus que nos gerou de novo para uma esperança viva, mediante a ressurreição de Jesus Cristo.
ଏକ ଜୀବନ୍ତ ଭରସା ନିମନ୍ତେ ପୁନର୍ଜାତ
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,
ଏକ ଜୀବନ୍ତ ଭରସା ନିମନ୍ତେ ପୁନର୍ଜାତ
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,
କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,
କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,
ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ।
Esperança que não decepciona
A esperança não decepciona, pois o amor de Deus é derramado em nossos corações pelo Espírito Santo.
ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।
ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।
ବିଶ୍ୱାସ ଦ୍ୱାରା ଈଶ୍ବରଙ୍କ ସହ ଶାନ୍ତି
ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ; ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ।
କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି, ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ।
କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ? କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।
କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।
ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ;
ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।
ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।
A fé é a certeza
A fé é a certeza do que se espera. Mantenhamos firme a confissão da esperança, pois fiel é o que prometeu.
ବିଶ୍ୱାସର ଆଦର୍ଶ
ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ।
ବିଶ୍ୱାସର ଆଦର୍ଶ
ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ।
ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;
ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;
ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ;
ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,
ଅଣଯିହୁଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ବର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;
କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଅଛୁ। ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ।
Esperança e confiança
Eu sei os planos que tenho para vocês — planos de paz e esperança. Deus é a fonte de toda esperança.
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।
କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।
ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ,
ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ।
ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ,
ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ।
ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ?
ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ?
ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ;
କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି,
ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।
ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ?
ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ?
ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ;
କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି,
ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।
ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ;
ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ;
ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ;
ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।
ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ,
ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;
ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ,
ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ;
ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ।
ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି,
ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ;
ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ।
Esperança eterna
Somos salvos na esperança. Aquele que prometeu é fiel. A esperança está guardada nos céus para os que creem.
ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ।
ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ବର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି।
ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍।
ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି,
ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛୁ;
ପ୍ରଭୁଙ୍କ ଆଗମନ
ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ।
କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ।
ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,
ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ।
Expressões de esperança
Vinde a mim todos os que estais cansados. A esperança adia a dor e floresce na presença do Senhor.
ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।
ମୁକ୍ତିର ଶୁଭ ସମ୍ବାଦ
ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି;
କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି;
ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ,
ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ;
ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
ମୋର ପ୍ରାଣ କୁହେ, "ସଦାପ୍ରଭୁ ମୋହର ବାଣ୍ଟ ସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।"
ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି;
ମୋʼ ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି;
ମୋʼ ପରମେଶ୍ୱର ମୋର କଥା ଶୁଣିବେ।
ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ;
ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।
ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ;
ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।
Firmeza na esperança
Esperai no Senhor! O cavalo é vaidade para a segurança, mas o Senhor guarda os que nele esperam.
ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା
କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ।
ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା
କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ।
ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି;
ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ।
ରକ୍ଷାର୍ଥେ ଅଶ୍ୱ ମିଥ୍ୟା;
କିଅବା ସେ ଆପଣା ମହାବଳ ଦ୍ୱାରା କାହାକୁ ରକ୍ଷା କରି ପାରିବ ନାହିଁ।
ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି,
ତାହାଙ୍କ ଦୟାରେ ଭରସା ରଖନ୍ତି,
ସେମାନଙ୍କ ପ୍ରାଣ ମୃତ୍ୟୁୁରୁ ରକ୍ଷା କରିବା ପାଇଁ
ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ
ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ।
ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି,
ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।
ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର;
କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର,
ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ;
ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ
ସମସ୍ତଙ୍କର ବିଶ୍ୱାସଭୂମି ଅଟ।
ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି?
ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି।
ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ;
କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ୱର ଅଟ;
ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ।
ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ;
ମୁଁ ପ୍ରାତଃକାଳରେ ତୁମ୍ଭ ନିକଟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି।
କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା
ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ।
ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ;
ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ।
ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର
ଓ ଭିତରେ ଆସିବାର ରକ୍ଷା କରିବେ।
ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।