Esperar no Senhor
Esperar no Senhor é ato de fé e confiança. A Bíblia promete que os que esperam em Deus renovam as forças, recebem direção e experimentam a fidelidade divina no tempo certo.
Renovar as forças
Os que esperam no Senhor renovam as forças. Sobem como águias, correm e não se cansam, caminham e não se fatigam.
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ;
ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।
ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ;
କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର;
ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ;
ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି।
ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର;
ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ;
ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ;
ମୁଁ କାହାକୁ ଭୟ କରିବି?
ସଦାପ୍ରଭୁ ମୋʼ ଜୀବନର ବଳ;
ମୁଁ କାହାଠାରୁ ଭୀତ ହେବି?
ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ
ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।
ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ
ମୋହର ଅନ୍ତଃକରଣ ଭୟ କରିବ ନାହିଁ;
ଯଦି ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ,
ତେବେ ମଧ୍ୟ ମୁଁ ସାହସିକ ହେବି।
ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ
ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ
ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି,
ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି,
ତାହା ହିଁ ମୁଁ ଅନ୍ୱେଷଣ କରିବି।
କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ;
ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ;
ସେ ମୋତେ ଶୈଳ ଉପରକୁ ଉଠାଇବେ।
ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ;
ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି;
ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ;
ମୋʼ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ।
ଯେତେବେଳେ ତୁମ୍ଭେ କହିଲ, "ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,"
ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, "ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।"
ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ;
କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ;
ତୁମ୍ଭେ ମୋହର ସହାୟ ହୋଇଅଛ;
ହେ ମୋʼ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।
କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି,
ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ।
ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ
ମୋତେ ତୁମ୍ଭର ମାର୍ଗ ଶିଖାଅ;
ଓ ସରଳ ପଥରେ ମୋତେ କଢ଼ାଇ ନିଅ।
ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ;
କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ
ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି।
ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି।
ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର;
ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ;
ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।
Espera paciente
Esperei com paciência no Senhor e Ele se inclinou para mim. Confie nele e descanse — Ele agirá no tempo certo.
ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି;
ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।
ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା
କାଦୁଅରୁ ଉଠାଇ ଆଣିଲେ
ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର
ପାଦଗତି ଦୃଢ଼ କଲେ।
ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ
ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି;
ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି,
ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।
ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ,
ପୁଣି, ଅହଙ୍କାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର
କରେ ନାହିଁ, ସେ ଧନ୍ୟ।
ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭର କୃତ
ଆଶ୍ଚର୍ଯ୍ୟକର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ
ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ;
ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ
ଗଣନା କରାଯାଇ ନ ପାରେ।
ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ;
ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ;
ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ।
ତେବେ ମୁଁ କହିଲି, "ଦେଖ, ମୁଁ ଉପସ୍ଥିତ;
ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି।
ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ
କରିବାକୁ ମୋହର ସନ୍ତୋଷ;
ତୁମ୍ଭ ବ୍ୟବସ୍ଥା ମୋʼ ହୃଦୟରେ ଅଛି।"
ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି;
ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ
ସଦାପ୍ରଭୋ, ତୁମ୍ଭେ ଜାଣୁଅଛ।
ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ;
ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି;
ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ।
ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଆପଣା ଦୟା
ରୁଦ୍ଧ କର ନାହିଁ;
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ
ନିରନ୍ତର ରକ୍ଷା କରୁ।
କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି,
ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି,
ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ;
ତାହାସବୁ ମୋʼ ମସ୍ତକର କେଶରୁ ଅଧିକ
ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି।
ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର;
ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।
ମୋʼ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ
ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ;
ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ
ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।
ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି;
ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ।
ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ,
କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ୱାସ କରିଅଛୁ।
ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା
କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ।
ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି,
ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।
ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ;
ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ।
ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର;
କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର,
ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ;
ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।
Confiança e perseverança
Confie no Senhor de todo o coração. Sede pacientes na tribulação — o Senhor é fiel e cumprirá todas as suas promessas.
ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର
ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ।
ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର;
ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।
କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି, ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ।
ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,
ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ। ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ।
ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।
ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର; ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍ ଈଶ୍ବରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ। କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି,
"ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ,
ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ;
ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,
କିନ୍ତୁ ଈଶ୍ବରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।"
ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି।
ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ-ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।
"ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ। ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ। ନିର୍ବୁଦ୍ଧିମାନେ ପ୍ରଦୀପ ନେବା ସମୟରେ ନିଜ ନିଜ ସହିତ ତୈଳ ନେଲେ ନାହିଁ, ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ। ବରଙ୍କ ଆସିବାର ବିଳମ୍ବ ହୁଅନ୍ତେ, ସମସ୍ତେ ଢୁଳାଉ ଢୁଳାଉ ଶୋଇ ପଡ଼ିଲେ। କିନ୍ତୁ ଅର୍ଦ୍ଧରାତ୍ରରେ ‘ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ କରିବାକୁ ବାହାର’, ଏପରି କୋଳାହଳ ହେଲା। ସେତେବେଳେ କନ୍ୟାସମସ୍ତେ ଉଠି ଆପଣା ପ୍ରଦୀପ ସଜାଡ଼ିଲେ। କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତୈଳରୁ ଆମକୁ ଅଳ୍ପ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି। ମାତ୍ର ସୁବୁଦ୍ଧିମାନେ ଉତ୍ତର ଦେଲେ, ନାହିଁ, ନାହିଁ, ଯଦି ଆମେ ତୁମକୁ ଅଳ୍ପ ଦେବୁ, ତେବେ ତୁମଠାରେ ଓ ଆମଠାରେ ମଧ୍ୟ ଅଣ୍ଟିବ ନାହିଁ, ବରଂ ତୁମେ ଦୋକାନୀମାନଙ୍କ ପାଖକୁ ଯାଇ ଆପଣା ଆପଣା ନିମନ୍ତେ କିଣି ଆଣ। କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ ବର ଆସିଲେ, ପୁଣି, ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାହାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ୱାର ବନ୍ଦ କରାଗଲା। ଏହାପରେ ଅନ୍ୟ କନ୍ୟାମାନେ ମଧ୍ୟ ଆସି କହିଲେ, ହେ ପ୍ରଭୁ, ହେ ପ୍ରଭୁ, ଆମ ପାଇଁ ଦ୍ୱାର ଫିଟାଇ ଦିଅନ୍ତୁ। କିନ୍ତୁ ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୁଁ ତୁମ୍ଭମାନଙ୍କୁ ଜାଣେ ନାହିଁ। ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ସମୟ ଜାଣ ନାହିଁ।"