Espírito
O espírito humano é a parte mais profunda do nosso ser — onde Deus habita, onde a fé se ancora e de onde brota a verdadeira adoração. A Bíblia nos chama a viver pelo Espírito.
A natureza do espírito
O espírito está pronto, mas a carne é fraca. A batalha entre carne e espírito é constante e exige vigilância.
ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।"
"ଆତ୍ମାରେ ଦୀନହୀନ ଲୋକେ ଧନ୍ୟ,
କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହିସବୁ କରିପାର ନାହିଁ।
ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ।
କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।
ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ।
କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ;
O Espírito de Deus em nós
Vosso corpo é templo do Espírito Santo. Deus fortalece com poder no homem interior pelo seu Espírito.
ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ; ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର।
କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ।
କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ? ସେହିପରି ମଧ୍ୟ ଈଶ୍ବରଙ୍କ ବିଷୟସବୁ ଈଶ୍ବରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ।
ତେବେ କର୍ତ୍ତବ୍ୟ କଅଣ? ମୁଁ ଆତ୍ମା ଦ୍ୱାରା ପ୍ରାର୍ଥନା କରିବି; ପୁଣି, ବୁଦ୍ଧି ସହିତ ମଧ୍ୟ ପ୍ରାର୍ଥନା କରିବି; ଆତ୍ମା ଦ୍ୱାରା ସ୍ତୁତିଗାନ କରିବି, ପୁଣି, ବୁଦ୍ଧି ସହିତ ମଧ୍ୟ ସ୍ତୁତିଗାନ କରିବି।
ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି, ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,
ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ବର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ। ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି,
ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି,
କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ।
ଯେଣୁ ଯେତେ ଲୋକ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ବରଙ୍କ ସନ୍ତାନ।
ଆଉ, ସେହି ପ୍ରକାରେ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି;
ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।
Vida no Espírito
Deus é Espírito e importa que os que o adoram o adorem em espírito e em verdade. O Espírito vivifica e transforma.
ଈଶ୍ବର ଆତ୍ମା ଅଟନ୍ତି, ପୁଣି, ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେମାନେ ଆତ୍ମାରେ ଓ ସତ୍ୟରେ ଉପାସନା କରିବା ଉଚିତ।"
କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ଈଶ୍ବର ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାନ୍ତି। ଈଶ୍ବର ଆତ୍ମା ଅଟନ୍ତି, ପୁଣି, ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେମାନେ ଆତ୍ମାରେ ଓ ସତ୍ୟରେ ଉପାସନା କରିବା ଉଚିତ।"
କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ପ୍ରତିମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯିଏ ଆତ୍ମା ଅଟନ୍ତି, ତାହାଙ୍କଠାରୁ ଏହିସବୁ ହେଉଅଛି।
ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ବରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।
କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।
କାରଣ ଈଶ୍ବର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି।
କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ।
Promessas do Espírito
Derramarei o meu Espírito sobre toda a carne. O Espírito revela, guia e capacita os filhos de Deus.
ମୋʼ ଅନୁଯୋଗରେ ମନ ଫେରାଅ;
ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି,
ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।
ମନୁଷ୍ୟର ସମସ୍ତ ଗତି ଆପଣା ଦୃଷ୍ଟିରେ ନିର୍ମଳ;
ମାତ୍ର ସଦାପ୍ରଭୁ ଆତ୍ମାମାନଙ୍କୁ ତୌଲନ୍ତି।
ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ,
ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।
ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ୟ ଭାଗ କରିବା ଅପେକ୍ଷା
ଦୀନାତ୍ମା ସହିତ ନମ୍ର ହେବାର ଭଲ।
ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ;
ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।
ମନୁଷ୍ୟର ଆତ୍ମା ସଦାପ୍ରଭୁଙ୍କର ପ୍ରଦୀପ,
ତାହା ଅନ୍ତରାଳୟସ୍ଥ ସବୁ ବିଷୟ ଅନୁସନ୍ଧାନ କରେ।
ତହିଁରେ ସେ ମୋତେ ଉତ୍ତର କରି କହିଲେ, "ଏହା ଯିରୁବ୍ବାବିଲ୍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି;
କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି;
ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ,
ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
ଆଉ, ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା ଓ ଆମ୍ଭେ ସେମାନଙ୍କ ମାଂସରୁ ପ୍ରସ୍ତରମୟ ହୃଦୟ ଦୂର କରିବା ଓ ସେମାନଙ୍କୁ ମାଂସମୟ ହୃଦୟ ଦେବା। ତହିଁରେ ସେମାନେ ଆମ୍ଭର ବିଧିମତେ ଆଚରଣ କରିବେ ଓ ଆମ୍ଭର ନିୟମସବୁ ମାନ୍ୟ କରି ପାଳନ କରିବେ; ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।
ପ୍ରଭୁ, ସଦାପ୍ରଭୁ ଏହି ସକଳ ଅସ୍ଥିକୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ପ୍ରବେଶ କରାଇବା ଓ ତୁମ୍ଭେମାନେ ଜୀବିତ ହେବ।
Cuidar do espírito
Cria em mim um coração puro e renova dentro de mim um espírito reto. O espírito quebrantado Deus não rejeita.
ହେ ପରମେଶ୍ୱର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ
ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।
ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ
ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ।
ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ
ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।
ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି,
ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।
ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି
ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
ତୁମ୍ଭେମାନେ ଅଧିପତିମାନଙ୍କ ଉପରେ,
କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ।
ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ;
ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ।
କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ।
ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।
ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି।
ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ!"
ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଓହ୍ଲାଇ ଆସିଲା। ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।
ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ। ପୃଥିବୀ ନିର୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।
ମାତ୍ର ମନୁଷ୍ୟ ମଧ୍ୟରେ ଗୋଟିଏ ଆତ୍ମା ଅଛି
ଓ ସର୍ବଶକ୍ତିମାନ ପରମେଶ୍ୱରଙ୍କ ନିଶ୍ୱାସ ସେମାନଙ୍କୁ ବୁଦ୍ଧି ଦିଏ।
ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ; ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରିଯିବ।
ସର୍ବୋପରିସ୍ଥ ପରମେଶ୍ୱର ମୋର ପକ୍ଷରେ ଯେଉଁ ଯେଉଁ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ସାଧନ କରିଅଛନ୍ତି, ତାହାସବୁ ପ୍ରଚାର କରିବାକୁ ମୋର ଉଚିତ ବୋଧ ହେଲା।
ତାହାଙ୍କର ଚିହ୍ନସକଳ କିପରି ମହତ
ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ!
ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ
ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ।