Estudar a Bíblia
Estudar a Bíblia é mergulhar na mente de Deus. A Palavra é lâmpada para os pés, espada do Espírito e alimento para a alma. O cristão que estuda cresce em sabedoria e maturidade.
A importância do estudo
Os bereanos eram mais nobres porque examinavam as Escrituras diariamente. Estudar a Bíblia é mandamento e privilégio.
ଥେସଲନୀକୀ ସହରରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।
ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।
ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ। ସମସ୍ତ ଶାସ୍ତ୍ର ଈଶ୍ବର ନିଶ୍ଵସିତ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ, ଯେପରି ଈଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।
ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ, ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର।
ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।
Meditar e guardar
Não se aparte a lei do Senhor da tua boca. Medita nela de dia e de noite para que cumpras tudo o que nela está escrito.
ଏହି ବ୍ୟବସ୍ଥା-ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।
ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ
ଓ ମୋʼ ପଥ ପାଇଁ ଆଲୁଅ ଅଟେ।
ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ।
ତାହା ସାରାଦିନ ମୋହର ଧ୍ୟାନ।
ତୁମ୍ଭ ଆଜ୍ଞାସବୁ ମୋତେ ମୋʼ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ;
କାରଣ ତାହାସବୁ ନିରନ୍ତର ମୋʼ ସଙ୍ଗେ ଥାଏ।
ମୋହର ସମସ୍ତ ଗୁରୁ ଅପେକ୍ଷା ମୋʼ ବୁଦ୍ଧି ଅଧିକ;
କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।
ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ?
ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ।
ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛି;
ମୋତେ ତୁମ୍ଭ ଆଜ୍ଞା-ପଥରୁ ଭ୍ରମିବାକୁ ଦିଅ ନାହିଁ।
ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ,
ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।
ହେ ସଦାପ୍ରଭୋ, ତୁମ୍ଭେ ଧନ୍ୟ;
ତୁମ୍ଭର ବିଧିସବୁ ମୋତେ ଶିଖାଅ।
ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ
ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି।
ଯେପରି ସମୁଦାୟ ଧନରେ,
ସେପରି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୂପ ପଥରେ ଆମୋଦ କରିଅଛି।
ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି
ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି।
ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି;
ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ।
ପରମେଶ୍ୱରଙ୍କ ବ୍ୟବସ୍ଥା ସୁଖକର
ଗିମେଲ୍।
ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ
ମୁଁ ଅନ୍ତଃକରଣର ସରଳତାରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି।
Estudo diligente
Esdras preparou o coração para buscar e ensinar a lei. O estudo exige disciplina, constância e coração aberto.
କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲେ। ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲେ।
ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ। ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ। ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ। ଆଉ ତୁମ୍ଭେ ଚିହ୍ନସ୍ୱରୂପ ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ। ଆହୁରି ତୁମ୍ଭେ ଆପଣା ଗୃହଦ୍ୱାର ଚଉକାଠରେ ଓ ବାହାର ଦ୍ୱାରରେ ତାହା ଲେଖିବ।
ପୁଣି ସେ ଆପଣା ରାଜ୍ୟର ସିଂହାସନରେ ଉପବିଷ୍ଟ ହେଲେ, ଆପଣା ପାଇଁ ଏକ ନଳାକାର ପୁସ୍ତକରେ ଲେବୀୟ ଯାଜକମାନଙ୍କ ସମ୍ମୁଖସ୍ଥିତ ଏହି ବ୍ୟବସ୍ଥାରୁ ଉତ୍ତାରି ଏକ ପ୍ରତିଲିପି ଲେଖି ରଖିବ। ଆଉ ତାହା ତାହାର ନିକଟରେ ରହିବ ଓ ସେ ଯାବଜ୍ଜୀବନ ତାହା ପାଠ କରିବ; ତହିଁରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିଖିବ; ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ ନାହିଁ, ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ଵର ଦିନ ବଢ଼ାଇ ପାରିବ।
ହିତୋପଦେଶର ଉପାଦେୟତା
ଦାଉଦଙ୍କ ପୁତ୍ର ଇସ୍ରାଏଲର ରାଜା ଶଲୋମନଙ୍କ ହିତୋପଦେଶ;
ଜ୍ଞାନ ଓ ଉପଦେଶ ବୁଝିବାକୁ;
ଜ୍ଞାନଜନକ ବାକ୍ୟ ବିବେଚନା କରିବାକୁ;
ସୁଆଚରଣ, ସାଧୁତା ଓ ସୁବିବେଚନା
ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;
ସରଳ ଲୋକଙ୍କୁ ସତର୍କତା
ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;
ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ
ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;
ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା
ଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ।
ଯୁବକମାନଙ୍କୁ ଉପଦେଶ
ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ;
ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ।
ଯେହେତୁ ତଦ୍ଦ୍ୱାରା ପରମାୟୁର ଦୀର୍ଘତା
ଓ ଜୀବନର ବର୍ଷ ସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ।
ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ିଦିଅ ନାହିଁ; ତାକୁ ରଖ;
କାରଣ ତାହା ତୁମ୍ଭର ଜୀବନ।
ଯେହେତୁ ସେହି ଆଜ୍ଞା ପ୍ରଦୀପ ଓ ସେହି ଆଦେଶ ଆଲୁଅ;
ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;
Proteção e crescimento
Quem ignora a Palavra perece. Toda Escritura é útil — crescei na graça e no conhecimento do nosso Senhor.
ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି;
କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା,
ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ;
ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ
ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।
ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।
ଯୀଶୁ ସେମାନଙ୍କୁ କହିଲେ, "ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ?
ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।
ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୂରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ, ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର, ଆମେନ୍।
ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ। ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ।